Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଟେନ୍‌ ପରେ ଆଉ ଗୋଟିଏ ଦେଶ କଲା ବଡ଼ ଘୋଷଣା, ଆସନ୍ତା ସପ୍ତାହରୁ ଆରମ୍ଭ ହେବ ଟିକାକରଣ
  • ||
  • କମୁଛି ସଂକ୍ରମଣ, ଲୋକଙ୍କ ମନରୁ ଦୂର ହେଉଛି କରୋନା ଭୟ, ଆଉ ୬୬୦ ସଂକ୍ରମିତ ହେଲେ ଆରୋଗ୍ୟ
  • ||
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||

ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ରହିବ ମନ ପ୍ରସନ୍ନ , ଶରୀର ସୁସ୍ଥ, କାର୍ଯ୍ୟରେ ପାଇବେ ସଫଳତା, ଜାଣନ୍ତୁ ଶୁଭ ରଙ୍ଗ ,ଶୁଭ ଅଙ୍କ

14/10/2019 at 7:04 PM

ମେଷ– ମନ ପ୍ରସନ୍ନ ଓ ଶରୀର ସୁସ୍ଥ ରହିବ । ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷକରିବା ପାଇଁ ଉଦ୍ୟମ ଜାରି ରଖିବେ। ସୁଶୀଳା ପତ୍ନୀଙ୍କ ସାନ୍ନିଧ୍ୟ ମିଳିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪।
ବୃଷ–କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ଉଜ୍ଜ୍ୱଳକାରୀ ହୋଇ ପାରନ୍ତି । ମନରେ ପ୍ରସନ୍ନତା ଭାବ ଉଦ୍ରେକ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଦୟାଳୁ ସ୍ୱଭାବର ହେବେ। ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୭।
ମିଥୁନ – ପୈତୃକ ସମ୍ପତ୍ତି ପାଇଁ ଲାଗି ରହିଥିବା ବିବାଦର ସୁ ସମାଧାନ ହେବ।ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ସମୟ ବିତାଇ ପାରନ୍ତି । ସୁଖ-ସମୃଦ୍ଧି ପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ମେରୁନ୍। ଶୁଭ ଅଙ୍କ ୧।
କର୍କଟ–କାର୍ଯ୍ୟରେ ସଫଳତା ମିଳିବ। କଷ୍ଟସାଧ୍ୟ ଓ ଈର୍ଷାଳୁ ସ୍ୱଭାବର ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟରୁ ଲାଭ ମିଳିବ। ଆଜି ଆପଣଙ୍କୁ ସତର୍କତାର ସହ ଚଳିବାକୁ ପଡିବ। ଶୁଭରଙ୍ଗ ନାରଙ୍ଗୀ। ଶୁଭ ଅଙ୍କ ୬।
ସିଂହ – ସୁଖ-ସମ୍ମାନ ଲାଭକରିବେ । ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି । ମନରେ ଅହଂ ଭାବ ଉଦ୍ରେକ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪।
କନ୍ୟା –କାର୍ଯ୍ୟ ହାସଲ କରିବା ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି ।ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ବଳିଷ୍ଠ ଓ ଶତ୍ରୁ ଦମନ କରିବାରେ ସିଦ୍ଧହସ୍ତ ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଶୁଭରଙ୍ଗ ଧୂସର ।ଶୁଭ ଅଙ୍କ ୭ ।
ତୁଳା– ଅଭାବ ଦୂରେଇ ଯିବ। ପଢାଲେଖାରେ ପାରଙ୍ଗମ ହେବେ ।ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆସନ୍ନ ପ୍ରସବା ଥିଲେ ସନ୍ତାନ ଜାତ ହୋଇପାରେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯।
ବିଛା–ଯେ କୌଣସି କାର୍ଯ୍ୟ କରନ୍ତୁ ନା କାହିଁକି ପ୍ରାୟ ପ୍ରତ୍ୟେକ କ୍ଷେତ୍ରରୁ ସଫଳତା ମିଳିବ। ଉଦାର ପ୍ରକୃତିର ହେବେ। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି । କୃଷି କାର୍ଯ୍ୟ କୁତ୍ୱରାନ୍ୱିତ କରିବେ । ଶୁଭରଙ୍ଗ ଲାଲ୍ । ଶୁଭ ଅଙ୍କ ୬।
ଧନୁ –କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରବୃତ୍ତିରହେବେ। ମଧୁର ଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ ।ଶୁଭ ଅଙ୍କ ୧।
ମକର–ବନ୍ଧୁଙ୍କ ସହିତ ସହମତି ପ୍ରକାଶ କରିପାରନ୍ତି । ଭାଗ୍ୟଶାଳୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।ମିତ୍ର ସୁଖ ଲାଭ କରିବେ। ମଧୁରଭାଷୀ, ସହନଶୀଳ , ଶାନ୍ତିପ୍ରିୟ ଓ ଉଦାର ବିଦ୍ୟା ପ୍ରେମୀ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮।
କୁମ୍ଭ -ପ୍ରିୟ ବ୍ୟକ୍ତିଙ୍କ ପାଇଁ ଚିନ୍ତିତ ହୋଇପାରନ୍ତି । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଐଶ୍ୱର୍ଯ୍ୟଯୁକ୍ତ ଓ ରଣାଙ୍କନରେ ପାରଙ୍ଗମ ହେବେ । କାୟ ମନୋ ବାକ୍ୟ ଧର୍ମ ଆଚରଣ କରିପାରନ୍ତି । ଶୁଭରଙ୍ଗ ନୀଳ ।ଶୁଭ ଅଙ୍କ ୩।
ମୀନ – ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇପାରେ। ଦ୍ରବ୍ୟ ନଷ୍ଟ ହେବାର ସମ୍ଭାବନା ଅଛି । ଚଞ୍ଚ ଳସ୍ୱଭାବର ହେବେ । ସଭାରେ ସୁମଧୁର ଭାଷଣ ଦେଇ ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୯।

   Related Posts