Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ମଙ୍ଗଳବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

20/04/2020 at 7:01 PM

ମେଷ – ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି । କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ସହ ପ୍ରତିଯୋଗିତା ମନୋଭାବ ସୃଷ୍ଟି ହୋଇପାରେ । ସ୍ଥଗିତ କାମକୁ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା ହାସଲ କରିପାରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ବୃଷ – ଆଲୋଚନା କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଅତୀତ ଘଟଣାକୁ କେନ୍ଦ୍ର କରି ପରିବାରରେ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ମିଥୁନ – ଆର୍ଥିକ ପରିସ୍ଥିତି ମନ୍ଦ ନ ଥିବାରୁ ଅସମ୍ପୂର୍ଣ୍ଣ କାର୍ଯ୍ୟ ଅଟକି ରହିବାର ପୂର୍ଣ୍ଣ ଆଶଙ୍କା ରହିଛି । ଯୁକ୍ତିଯୁକ୍ତ କଥା କହି ପ୍ରତ୍ୟେକ କ୍ଷେତ୍ରକୁ ସାଧାରଣ ଅବସ୍ଥାକୁ ଆଣିବାରେ ସମର୍ଥ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।

କର୍କଟ – କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହେବା ସାଙ୍ଗ କୁ ସାମାଜିକ ସ୍ତରରେ ସମ୍ମାନ ଓ ପ୍ରଶଂସା ପାଇବେ । ସଭାସମିତି, ଆମଦାନୀ କାରବାର, ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ସିଂହ – ଉଚ୍ଚ ପଦସ୍ଥବ୍ୟକ୍ତି ଅନୁକମ୍ପା, ବନ୍ଧୁଙ୍କ ପରାମର୍ଶ ଯୋଗୁ ସଫଳତା ନେଇ ମନ ଖୁସି ରହିବ । ସ୍ୱାର୍ଥହାନି ଆଶଙ୍କାରେ ସମାଜିକ ସ୍ତରରେ ବିରୋଧୀମାନେ ମୃଦୁ ଗୁଞ୍ଜରଣ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।

କନ୍ୟା – ଦୀର୍ଘଦିନର ଅପୂରଣୀୟ ଆଶା ମନକୁ ବାରମ୍ବାର ଆଲୋଡନ କରିବା କାରଣରୁ ମାନସିକ ଅଶାନ୍ତି ଅନୁଭବ କରିବେ । ଆଳସ୍ୟ ଓ ଅବହେଳା ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ତୁଳା – ପୂର୍ବ ସ୍ଥିରୀକୃତ ଯୋଜନାନୁଯାୟୀ କାର୍ଯ୍ୟାରମ୍ଭ କରନ୍ତୁ । ଅବଶ୍ୟ ସଫଳ ହେବେ । ଖର୍ଚ୍ଚଭାର ବୃଦ୍ଧି ପାଇଲେ ମଧ୍ୟ ଆବଶ୍ୟକୀୟ ଅର୍ଥ ବିଭିନ୍ନ ସୂତ୍ରରୁ ପାଇବାରେ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।

ବିଛା – ଆର୍ଥିକ ସ୍ଥିତିର ଦୁରବସ୍ଥା ପ୍ରତିଟି କ୍ଷେତ୍ରରେ ଅଗ୍ରଗତିର ପଥରୋଧ କରିପାରେ । ପାରପାଶ୍ୱିର୍କ ପରିସ୍ଥିତି ଶାନ୍ତ ରହି ନ ପାରେ । ଆଧ୍ୟାତ୍ମିକତା ଦିଗରେ ରୁଚି ବଳିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

ଧନୁ – ମତଭେଦ କାରଣରୁ ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହେତୁ ଭାବପ୍ରବଣତା ବୃଦ୍ଧି ପାଇବ । ସହକର୍ମୀଙ୍କ ଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ମକର – ଦୈହିକ ଅସୁସ୍ଥତା ନ ଥିଲେ ମଧ୍ୟ ମାନସିକ ସ୍ତରରେ ବ୍ୟାକୁଳତା ବୃଦ୍ଧି ପାଇବ । ରପ୍ତାନି କାରବାର, ଏଜେନ୍ସି, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

କୁମ୍ଭ – ବନ୍ଧୁକୁ ଅନୁରୋଧ କରି ସାମାଜିକ ସ୍ତରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ । ଅର୍ଥନୈତିକ କାର୍ଯ୍ୟ, ଯୋଗାଯୋଗ, ଭ୍ରମଣ ପ୍ରଭୃତି କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।

ମୀନ – ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଉଥିବାରୁ ମନରେ ସରସତା ରହିବ ନାହିଁ । ଆଲୋଚନା, ସାହିତ୍ୟ, ସଙ୍ଗୀତ ଓ ଚଳଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

   Related Posts