ଜୁନ ୨୯ ତାରିଖ ମଙ୍ଗଳବାରର ରାଶିଫଳ: ଜାଣନ୍ତୁ ଆସନ୍ତାକାଲି କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | June 28, 2021 IST

ମେଷ – ଆଜି ହାତରୁ ଖର୍ଚ୍ଚ କରି ଅନ୍ୟକୁ ଖୁଆଇ ପିଆଇ ସବୁଠି ଆଦର ପାଇବେ । ଫେରି ଯାଇଥିବା ବନ୍ଧୁ ଘରକୁ ମେଉଟି ଆସିବାରୁ ଖୁସି ହେବେ ନାହିଁ । କୌଣସି ଅଜଣା ଲୋକ ସହ ବାକ୍ ବିତଣ୍ଡା ସୃଷ୍ଟି ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ – ସ୍ୱାସ୍ଥ୍ୟ ପ୍ରତି ଜଗି ନ ରହିଲେ ଅସୁବିଧାର ସମ୍ମୁଖୀନ ହେବେ । ବନ୍ଧୁଙ୍କ ଠାରୁ ନାସ୍ତି ସୂଚକ ବାକ୍ୟ ଶୁଣି ବିଷାଦଗ୍ରସ୍ତ ହେବେ । ହଜି ଯାଇଥିବା ପୁଣି ଫେରି ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମିଥୁନ - ପୁରାତନ ରୋଗପୀଡା, ପୂର୍ବ ଶତ୍ରୁତା, ପିଲାଙ୍କ ସମ୍ପର୍କରେ ଚିନ୍ତିତ ରହିବେ । ଯେଉଁ କାମ କରନ୍ତୁନା କାହିଁକି ଠିକ୍ ସମୟରେ ସରିବା କଷ୍ଟକର ହେବ । ବ୍ୟବସାୟିକ ସ୍ଥିତି ପ୍ରାୟତଃ ହାଲୁକା ରହିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କର୍କଟ – ଉପକୃତ ହୋଇଥିବା ବ୍ୟକ୍ତିଙ୍କ ବେଖାତିର ମନୋଭାବ ହେତୁ ଟିକିଏ କଥାରେ ରାଗିପାରନ୍ତି । କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ପଡିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ସିଂହ – ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟାରମ୍ଭ , ଆଲୋଚନା, ବନ୍ଧୁ ମିଳନ ପାଇଁ ସୁନ୍ଦର ସୁଯୋଗ ସୃଷ୍ଟି କରିବ । ଅନୁକୂଳ ପରିବେଶ କାମ ହାସଲ ପାଇଁ ଖୋରାକ ଯୋଗାଇବ । ପରୋକ୍ଷ ଶତ୍ରୁତା ହେତୁ ଚିନ୍ତାରେ ରହିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା – ଆକସ୍ମିକ ଭାବରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ । ସ୍ପର୍ଶକାତର କଥାରେ ଚିହ୍ନା ପଡନ୍ତୁ ନାହିଁ, ଯାହା କି ସମସ୍ୟା ସୃଷ୍ଟି କରିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ତୁଳା – ଆଜି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ । କାର୍ଯ୍ୟବ୍ୟସ୍ତତା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି- ତାପ ଯୋଗୁ କାର୍ଯ୍ୟରେ ବ୍ୟାଘାତ ଦେଖା ଦେଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ବିଛା – ଆଜି ହଠାତ୍ କିଛି ନୂଆ କାମ କରିବାକୁ ମନ ବଳିବ । ଏଥିପାଇଁ ଆନୁଷ୍ଠାଙ୍ଗିକ ସାହାର୍ଯ୍ୟ ମଧ୍ୟ ପାଇଯିବେ । କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ଧନୁ – ପ୍ରତିଟି କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ସାମନା କରିବାକୁ ପଡିବ । ପାରିବାରିକ କ୍ଷେତ୍ରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଅନ୍ୟର ପ୍ରହେଳିକା ପୂର୍ଣ୍ଣ କଥାରେ ପଡି ପଛରେ ଦୌଡିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମକର – ନୂତନ ବନ୍ଧୁତା ସ୍ଥାପନ କରିବା ଦିଗରେ ଆଜି ଦିନଟି ସ୍ମରଣୀୟ ହୋଇ ରହିବ । ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗୁଁ ମଉଜ ମଜଲିସ୍‌ରେ ସମୟ ଅତିବାଜିତ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
କୁମ୍ଭ - ନିଜର ଅବହେଳା ଯୋଗୁଁ କେତେକ କାମରେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଶାନ୍ତ ରହିବ । ପ୍ରଶଂସାକୁ ସହି ନ ପାରି ବିଭିନ୍ନ ପ୍ରକାରର କଟୁ ମନ୍ତବ୍ୟ ଦେଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ମୀନ - ସହକର୍ମୀଙ୍କୁ ନୂତନ ଦିଗ୍‌ଦର୍ଶନ ଦେଇ ପ୍ରଶଂସିତ ହେବେ । ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡରେ ତକଲିଫ୍ ହୋଇପାରେ । ଭଲ ପାଉଥିବା ବନ୍ଧୁଟି କ୍ରମଶଃ ଦୁରେଇ ଯିବ, ଫଳରେ ମନରେ ସରସତା ରହିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.