ମଙ୍ଗଳବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | November 02, 2020 IST

ମେଷ – ସକାଳୁ ସକାଳୁ ସ୍ୱାସ୍ଥ୍ୟ ସମସ୍ୟାର ସମାଧାନ ଓ ପୂର୍ବ ଶତ୍ରୁତା ସମ୍ପର୍କିତ ଚିନ୍ତା କରିବେ । ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଅନ୍ୟମାନଙ୍କୁ ମନେଇ ନିଜ ଆଡକୁ ଆକର୍ଷିତ କରିବା ପାଇଁ ବିଭିନ୍ନ ପ୍ରକାର ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ କଥା ସମସ୍ୟା ସୃଷ୍ଟି କରିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ - କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ପଡିପାରେ । ଭ୍ରମଣ ରାଜନୀତି,ପ୍ରଶାସନ, ସଭାସମିତି, ଲେଖାପଢା, ଯାତ୍ରା ପାଇଁ ଦିନଟି ବହୁତ ଭଲ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ସାଧାରଣ କଥାକୁ କଳହ କିମ୍ବା ମନାନ୍ତର ଘଟିବାର ଆଶଙ୍କା ଉତ୍ପନ ହୋଇପାରେ । ଟିକିଏ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ, ଯାହା କି ପାରିବାରିକ ସମସ୍ୟାକୁ ବଢାଇଦେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ – ପୂର୍ବର କଳହକୁ କେନ୍ଦ୍ର କରି ନିଜର ଆତ୍ମୀୟ ଓ ପାଖ ପଡୋଶୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ । ବିଳମ୍ବରେ କାମ ଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାରୁ ମନସ୍ତାପ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ସାମାଜିକ କ୍ଷେତ୍ରରେ ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । ସମ୍ପତ୍ତିକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ତୁଳା – ମନ ଚାହୁଁ ନ ଥିଲେ ମଧ୍ୟ ସମୟ ଓ ପରିସ୍ଥିତିକୁ ନେଇ କରିବାକୁ ବାଧ୍ୟ ହୋପାରନ୍ତି । ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସହକର୍ମୀ କିମ୍ବା ବନ୍ଧୁଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – ମିତ୍ର ବନ୍ଧୁମାନଙ୍କ ଦ୍ୱାରା ଅର୍ଥ ଓ ସମ୍ମାନ ଲାଭ କରିବେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି । ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଲୋଚନାରୁ ମନ ଖୁସୀ ହୋଇଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ଆଜିର ପ୍ରତ୍ୟୁଷ ଯାତ୍ରାରେ ବନ୍ଧୁମିଳନ ସଙ୍ଗକୁ ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତିର ସମ୍ଭାବନା ରହିଛି । ଅଫିସରେ କିମ୍ବା ଫେରିବା ରାସ୍ତାରେ ଜଣେ ବନ୍ଧୁଙ୍କୁ ମିଶିବାର ସୁଯୋଗ ଲାଭ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ଆଜିର କର୍ମକ୍ଷେତ୍ରରେ କୌଣସି ଅପରିଚିତ ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଯୁକ୍ତିତର୍କ କାରଣରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ - ମାନସିକ ଅସ୍ଥିରତା ବୃଦ୍ଧି ପାଇବା ପଛରେ ପରିବାରରେ ଅଶାନ୍ତି ବାତାବରଣ ମୁଖ୍ୟ କାରଣ ହୋଇପାରେ । ଆକସ୍ମିକ ଭାବେ ବସ୍ତ୍ରଭୂଷଣ, ଅର୍ଥ ଓ ସମ୍ମାନ ଲାଭ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ - ନିକଟ ସମ୍ପର୍କୀୟମାନଙ୍କ ସାହାର୍ଯ୍ୟ ଲାଭ କରି ସହଜ ଓ ସୁବିଧାରେ କାମ ହାସଲ କରିବେ । ପାରିବାରିକ ଅଶାନ୍ତିର ସମାପ୍ତ ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ସମାପ୍ତି ଘଟାଇବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ଞ୍ଜ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.