Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଛାତ୍ରୀଙ୍କ ବେକ କାଟି ଟ୍ୟୁସନ୍ ସାର୍ ଫେରାର, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

3/01/2020 at 8:03 AM

ବାଲେଶ୍ବର ୩।୧: ଛାତ୍ରୀ ବେକ କାଟିଦେଲେ ଟ୍ୟୁସନ୍ ସାର୍ । ଗୁରୁତର ଅବସ୍ଥାରେ ବାଲେଶ୍ବର ମେଡିକାଲରେ ଛାତ୍ରୀ ଜଣଙ୍କ ଭର୍ତ୍ତି ହୋଇଛନ୍ତି । ଘଟଣାସ୍ଥଳରେ ବାଇକ୍ ଛାଡି ଟ୍ୟୁସନ୍ ସାର୍ ଜଣଙ୍କ ଫେରାର ହୋଇଯାଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା ଭୋଗରାଇ ଦେହୁଡିଦା ଗାଁରେ ।

ସୂଚନାଯୋଗ୍ୟ ଯେ, ଭୋଗରାଇ ଦେହୁଡିଦା ଗାଁରେ ଜଣେ ଯୁବକ ଘରୋଇ ସ୍କୁଲରେ ଶିକ୍ଷକତା କରୁଥିବା ବେଳେ ଟ୍ୟୁସନ୍ ବି କରନ୍ତି। ଗତକାଲି ରାତିରେ ସ୍ଥାନୀୟ କଲେଜରେ ଯୁକ୍ତ ୨ରେ ପଢୁଥିବା ଛାତ୍ରୀଙ୍କୁ ତାଙ୍କ ଘରେ ଟ୍ୟୁସନ୍ ପଢାଉଥିବା ବେଳେ ଧାରୁଆ ଛୁରୀରେ ଆକ୍ରମଣ କରିଥିଲେ । ଫଳରେ ଛାତ୍ରୀଙ୍କ ବେକ ଓ ଡାହାଣ ହାତରେ ଗଭୀର ଆଘାତ ଲାଗିଛି ।

ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଜଳେଶ୍ବର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ଅଭିଯୁକ୍ତ ଜଣଙ୍କ ବାଇକ୍ ଛାଡି ଫେରାର ହୋଇଯାଇଛି । ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts