Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ, ରାଜ୍ୟପାଳଙ୍କୁ ଭେଟି ଦେଲେ ରିଜାଇନ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୧ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୯୫ କୋଭିଡ୍ ପଜିଟିଭ୍
  • ||
  • ଉପରୁ ମୁଣ୍ଡରେ କମୁଛି ବନ୍ୟାଜଳ ପ୍ରବାହ, ବନ୍ଦ ହେଲା ହୀରାକୁଦର ୪ ଗେଟ୍
  • ||
  • ବିଲକୁ ଯାଇଥିଲେ ଚାଷୀ, ଦଳି ମାରିଦେଲା ଦନ୍ତା
  • ||
  • ଗୋଟିଏ ଟ୍ରକ୍ ଧକ୍କା ଦେଲା, ଆଉ ଏକ ଟ୍ରକ୍ ଚାପିଦେଲା : ରାସ୍ତା ପାର୍ ବେଳେ ଜୀବନ ହାରିଲେ ସୁବାଷ
  • ||
  • ରାତିରେ ହଠାତ ଘରେ ପଶିଗଲା ଦନ୍ତା, ନାବାଳକକୁ ଆକ୍ରମଣ କରି ମାରିଦେଲା…
  • ||
  • ଦେବୀଗଡା ଘାଟ ନିକଟରୁ ବିଶାଳ ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ
  • ||

ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତରଙ୍କୁ ମାଡ ଘଟଣା : ଦୁଇ ଅଭିଯକ୍ତ ଗିରଫ

4/08/2021 at 11:33 AM

ବାଲିପାଟଣା ୪।୮: ବାଲିପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତରଙ୍କୁ ମାଡ ଘଟଣାରେ ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ବାଲିପାଟଣା ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଉଛନ୍ତି ଅଠାନ୍ତର ଗ୍ରାମର ଚିତ୍ତରଞ୍ଜନ ବେହେରା ଏବଂ ରାକେଶ ବେହେରା । ଆବଶ୍ୟକୀୟ ଡାକ୍ତରୀ ପରୀକ୍ଷା ପରେ ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି । ୧୫ ଦିନ ଧରି ଦୁଇ ଅଭିଯୁକ୍ତ ଫେରାର ଥିଲେ । ଏମାନଙ୍କୁ ଧରିବା ପାଇଁ ପୋଲିସର ଏକ ଟିମ୍ ବିଭିନ୍ନ ଅଞ୍ଚଳରେ ଚଢାଉ କରୁଥିଲା ।

ମଙ୍ଗଳବାର ଭୋର ସମୟରେ ଦୁଇ ଅଭିଯୁକ୍ତ ନିଆଳି ଅଞ୍ଚଳରେ ଆତ୍ମଗୋପନ କରିଥିବା ପୋଲିସ ଜାଣିବାକୁ ପାଇଥିଲା । ପରେ ପୋଲିସ ଚଢାଉ କରି ଦୁଇ ଅଭିଯୁକ୍ତଙ୍କୁ କାବୁ କରିଛି । ଗତ ୧୯ ତାରିଖରେ ବାଲିପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ସାମାନ୍ୟ ଘଟଣାକୁ ନେଇ କାର୍ଯ୍ୟରତ ଡାକ୍ତର ରତିରଞ୍ଜନ ସ୍ଵାଇଁଙ୍କ ସହ ନର୍ସ ଏବଂ ସିକ୍ୟୁରିଟି ଗାର୍ଡଙ୍କୁ ମାଡ ମାରିଥିଲେ ଦୁଇ ଅଭିଯୁକ୍ତ ।

   Related Posts