Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ମର୍ମନ୍ତୁଦ ସଡକ ଦୁର୍ଘଟଣା : ବାଇକ୍‌କୁ ଧକ୍କା ଦେଲା ଟ୍ରେଲର, ୨ ଆରୋହୀ ମୃତ

24/02/2021 at 9:59 AM

ରାଉରକେଲା ୨୪।୨: ରାଉରକେଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରେଲର ଧକ୍କାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳି ପାରିନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ବ୍ରାହ୍ମଣୀ ପୋଲ ଉପରେ ବାଇକ୍ ରେ ଯାଉଥିବା ଦୁଇ ଅଜଣା ଯୁବକଙ୍କୁ ଟ୍ରେଲର ଧକ୍କା ଦେଇଥିଲା । ଫଳରେ ବାଇକ୍ ରେ ଥିବା ଦୁଇ ଆରୋହୀ ଛିଟିକି ପଡିଥିଲେ । ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତକଙ୍କ ପରିଚୟ ମିଳି ପାରିନାହିଁ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁଇ ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇ ଅଧିକ ତଦନ୍ତ ଜାରି ରଖିଛି ।

ତେବେ ପୋଲିସର ପ୍ରାଥମିକ ତଦନ୍ତରୁ ଉଭୟ ବାଇକ୍ ଆରୋହୀ ସ୍ଥାନୀୟ ଅଞ୍ଚଳର ହୋଇଥିବା ସନ୍ଦେହ କରାଯାଉଛି । ପୋଲିସର ତଦନ୍ତ ପରେ ସେମାନଙ୍କ ପରିଚୟ ସ୍ପଷ୍ଟ ହେବ ବୋଲି କୁହାଯାଉଛି ।

   Related Posts