Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ, ଅନ୍ୟ ଜଣେ ଗୁରୁତର

25/10/2020 at 8:54 PM

ସାନଖେମୁଣ୍ଡି ୨୫/୧୦: ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି-ଫାଶୀଗୁଡ଼ା ରାସ୍ତାର ପାଞ୍ଚଆମ୍ବ ପଡିଆ ନିକଟରେ  ରବିବାର ସନ୍ଧ୍ୟାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ୨ ଟି ବାଇକ୍ ମଧ୍ୟରେ ମୁହାମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ଦିଗପହଣ୍ଡି ଥାନା ଭୀଷ୍ମଗିରି ଗ୍ରାମ କାର୍ଯୀ ସାହିର ଶୁଭେନ୍ଦୁ ଓରଫ ଶୁଭ ପଣ୍ଡା ।

ଅନ୍ୟ ଜଣେ ଯୁବକ ଗୁରୁତର ଆହାତ ହୋଇଛନ୍ତି। ଗୁରୁତର  ଯୁବକ ଜଣଙ୍କ ପାଟପୁର ଥାନା କଲରା ପଦର ଗ୍ରାମର ମନୋଜ ସେଠୀ ବୋଲି ଜଣାପଡ଼ିଛି । ଦିଗପହଣ୍ଡି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଉପସ୍ଥିତ ଡ଼ାକ୍ତର ଶୁଭେନ୍ଦୁଙ୍କୁ ମୃତ ଘୋଷଣା କରିଛନ୍ତି ।

ପ୍ରାଥମିକ ଚିକିତ୍ସା ପରେ ମନୋଜଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଶୁଭେନ୍ଦୁଙ୍କ ମୃତଦେହକୁ ପୋଲିସ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡ଼ାକ୍ତରଖାନାକୁ ପଠାଇଛନ୍ତି।

   Related Posts