Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଦୁଇ ଭାଇଙ୍କ ସଲୀଳ ସମାଧି, ନାଳକୁ ଗାଧୋଇବାକୁ ଯାଇଥିବା ବେଳେ ଖସିଗଲା ଗୋଡ

29/06/2021 at 2:28 PM

ରେଢାଖୋଲ ।୬: ପାଣିରେ ବୁଡି ୨ ଭାଇଙ୍କ ସଲୀଳ ସମାଧି । ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡିଗଲେ । ଘଟଣାସ୍ଥଳରେ ଅଗ୍ନିଶମବାହିନୀ କର୍ମଚାରୀ ପହଞ୍ଚି ମୃତଦେହ ଦୁଇଟିକୁ ଉଦ୍ଧାର କରିଛନ୍ତି ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ଜିଲ୍ଲା ଚାରମାଲ ଥାନା ଚୁଡାପୁରୁଗ ଗାଁ ସୁରୁବାଲି ନାଳକୁ ଗାଧୋଇବାକୁ ଯାଇଥିବା ବେଳେ ଘଟିଛି ଅଘଟଣ । ଗାଧୋଇବା ବେଳ କୌଣସି କାରଣ ବଶତଃ ପାଣିରେ ବୁଡିଯାଇଥିଲେ ଦୁଇ ଭାଇ । ଦୁଇ ଭାଇ ବୁଡିଯାଉଥିବା ଦେଖି ଗ୍ରାମବାସୀ  ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ ।

ଗ୍ରାମବାସୀ ଅଗ୍ନିଶମ ବାହିନୀ କର୍ମଚାରୀଙ୍କୁ ଖବର ଦେଇଥିଲେ ।  ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ବୁଡି ଯାଇଥିବା ଦୁଇ ଭାଇଙ୍କ ମୃତଦେହ ଉଦ୍ଧାର କରିଥିଲେ ।  ମୃତକ ଦୁଇ ଜଣଙ୍କ ବୟସ ୬ ବର୍ଷ ଓ ୪ ବର୍ଷ ବୋଲି ଜଣାପଡିଛି ।  ମୃତଦେହ ଉଦ୍ଧାର ପରେ ଶବ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଯାଇଛି ।

   Related Posts