Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଅଭାବନୀୟ : କୂଅରେ ଖସିପଡିଲେ ୨ ଭାଇ, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

9/11/2021 at 10:16 AM

ସମ୍ବଲପୁର ୯।୧୧: ସମ୍ବଲପୁର ଲକ୍ଷ୍ମୀଟକିଜ ଅଞ୍ଚଳରେ ଅଭାବନୀୟ ଘଟଣା । କୂଅରେ ଖସି ଦୁଇ ଭାଇଙ୍କର ମୃତ୍ୟୁ ହୋଇଛି । ଉଭୟଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା । ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ସମ୍ବଲପୁର ଲକ୍ଷ୍ମୀଟକିଜ ସ୍ଥିକ ୩୦ ଫୁଟ ଗଭୀର ଏକ କୂଅରେ ଦୁଇ ଭାଇ ଖସିପଡିଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଉଭୟଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇ ଭାଇ ହେଲେ ସାହୁ କଲୋନୀର ସୁନୀଲ ତ୍ରିପାଠୀ ଓ ସୁଶୀଲ ତ୍ରିପାଠୀ । ଘଟଣାଟି ସୋମବାର ବିଳମ୍ବିତ ରାତିର ବୋଲି ଜଣାପଡିଛି ।

କୂଅ ଉପରେ ବସିଥିବା ବେଳେ ଅନ୍ୟମନସ୍କ ହୋଇ ଉଭୟ କୂଅ ଭିତରେ ଖସିପଡିଥିବା କୁହାଯାଉଛି । ଯାହାର ସିସିଟିଭି ଫୁଟେଜ୍ ପୋଲିସର ହସ୍ତଗତ ହୋଇଛି ।

   Related Posts