Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ବାଇକ୍‌କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଦୁଇ ଭାଇଙ୍କ ଜୀବନ

14/11/2020 at 10:51 AM

ରାଉରକେଲା ୧୪।୧୧: ସୁନ୍ଦରଗଡ ଜିଲ୍ଲା କୋଇଡା ଥାନା ଅନ୍ତର୍ଗତ ବାଲିଜୋଡ଼ି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଗୋଟିଏ ପରିବାରର ଦୁଇ ଭାଇଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇ ଜଣ ହେଲେ କାଦଢ଼ିଆ ଗ୍ରାମର ୨୦ ବର୍ଷ ଅରୁଣ ମାଝୀ ଓ ୧୯ ବର୍ଷ ଅଜୟ ମାଝୀ ।

ସୂଚନାଯୋଗ୍ୟ ଯେ, ଦୁଇ ଭାଇ କୌଣସି ଏକ କାର୍ଯ୍ୟରେ ଓଡ଼ି୦୯ଏସ ୭୭୦୬ ବାଇକ ଯୋଗେ ନିକଟସ୍ଥ ଡେଙ୍ଗୁଳା ଗ୍ରାମକୁ ଯାଉଥିବା ବେଳେ ବାଲିଜୋଡି ନିକଟରେ ଏକ ଅଜଣା ଗାଡି ଧକ୍କା ଦେଇଥିଲା । ଫଳରେ ଅରୁଣଙ୍କର ଘଟଣାସ୍ଥଳରେ ମୃତ୍ୟ ହୋଇଥିବା ବେଳେ ଗଭୀର ଆହତ ହୋଇଥିବା ଅଜୟଙ୍କର  କୋଇଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଗ୍ରାମର କିଛି ଯୁବକ ପହଁଞ୍ଚି ପ୍ରଥମେ କୋଇଡା ଥାନାକୁ ଖବର ଦେବା ସହିତ ଦୁଇ ଆହତଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିବା ବେଳେ ଡାକ୍ତର ଦୁଇ ଭାଇ ମୃତ ଘୋଷଣା କରିଛନ୍ତି ।

ଏପଟେ ଗୋଟିଏ ମାସ ମଧ୍ୟରେ ସଡକ ଦୁର୍ଘଟଣାରେ କେବଳ କୋଇଡା ଅଞ୍ଚଳରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଯାହାକୁ ନେଇ ଏବେ ଅଞ୍ଚଳବାସୀଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି । ଅନ୍ୟପଟେ ବାରମ୍ବାର ସଡକ ଦୁର୍ଘଟଣାରେ ନିରୀହ ଲୋକଙ୍କ ଜୀବନ ଯାଉଥିବାରୁ ଟ୍ରାଫିକ୍ ବ୍ୟବସ୍ଥା ଉପରେ ସାଧାରଣ ଲୋକେ ଆଙ୍ଗୁଳି ଉଠାଇଛନ୍ତି । ଏହାର ତୁରନ୍ତ ସମାଧାନ ନକଲେ ଆଗାମୀ ଦିନରେ ରାସ୍ତା ବନ୍ଦ କରିବାକୁ ବାଧ୍ୟ ହେବେ ବୋଲି ଚେତାବନୀ ଦେଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା ।

   Related Posts