Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ସମ୍ ଅଲ୍ଟିମେଟ ମେଡିକେୟାରରେ ଦୁଇଟି ଜଟିଳ କିଡ୍‌ନୀ ପ୍ରତ୍ୟାରୋପଣ ସଫଳ

25/09/2020 at 5:29 PM

ଭୁବନେଶ୍ୱର, ୨୫।୦୯ : କରୋନା ମହାମାରୀ ସମୟରେ ରୋଗୀଙ୍କୁ ଉତ୍କୃଷ୍ଟ ସେବା ଯୋଗାଇ ଆସୁଛି ସମ୍ ଅଲ୍ଟିମେଟ୍ ମେଡିକେୟାର ।  ଏହି ଜଟିଳ ପରିସ୍ଥିତରେ ନିକଟରେ ସମ୍‌ରେ ଦୁଇଟି କିଡ୍‌ନୀ ପ୍ରତ୍ୟାରୋପଣ ସଫଳତାର ସହ କରାଯାଇଛି ।

ଉଭୟ ରୋଗୀ ଜଟିଳ କିଡ୍‌ନୀ ରୋଗର ପଞ୍ଚମସ୍ତରରେ ଥିବାରୁ ସେମାନଙ୍କର ସପ୍ତାହକୁ ୩ ଥର ହେମୋଡାଏଲେସିସ୍ କରାଯାଉଥିଲା । ସମସ୍ତ କୋଭିଡ-୧୯ ସଂକ୍ରାନ୍ତୀୟ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇ ଏହି ଲାଇଭ୍ ଡୋନୋର ପ୍ରତ୍ୟାରୋପଣ କରାଯାଇଛି ।

ଉଭୟ ଡୋନର ଏବଂ ରୋଗୀ ପ୍ରତ୍ୟାରୋପଣ ହେବାର ୧୦ ଦିନ ମଧ୍ୟରେ ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଥିବା ବେଳେ ସର୍ଜରୀ ପରେ ସେମାନେ ସୁସ୍ଥ ହେବାରେ ଲାଗିଛନ୍ତି । ସିନିୟର ୟୁରୋଲୋଜିଷ୍ଟ ଓ କିଡନୀ ପ୍ରତ୍ୟାରୋପଣ ସର୍ଜନ୍ ଡଃ ବିଶ୍ୱଜିତ୍ ନନ୍ଦ, ନେଫ୍ରୋଲୋଜିଷ୍ଟ ଡଃ ତାପସ କୁମାର ବେହେରା, ଡଃ ବିଶ୍ୱରଞ୍ଜନ ମହାନ୍ତି, ଆନେସ୍ଥେସିଓଲୋଜିଷ୍ଟ ଡଃ ସୁରୁପା ଦେବୀପ୍ରଦା ଏବଂ ଡଃ ଦୀପଙ୍କର ପଢ଼ିହାରୀ ଏହି ଦୁଇଟି କିଡ୍‌ନୀ ପ୍ରତ୍ୟାରୋପଣ ଟିମ୍‌ରେ ସାମିଲ୍ ଥିଲେ ଏବଂ ସଫଳତାର ସହ କିଡ୍‌ନୀ ପ୍ରତ୍ୟାରୋପଣ କରିଥିଲେ । ଏହି ଟିମ୍‌କୁ ନର୍ସିଂ ଏବଂ କିଡ୍‌ନୀ ପ୍ରତ୍ୟାରୋପଣ ସଂଯୋଜକ ସମସ୍ତ ସହଯୋଗ କରିଥିଲେ।

ସମ୍‌ ହେଉଛି ଓଡ଼ିଶାର ପ୍ରଥମ ହସ୍ପିଟାଲ୍ ଯାହାକି ପ୍ରତ୍ୟାରୋପଣ ସର୍ଜରୀ ନିମନ୍ତେ ସ୍ୱତନ୍ତ୍ର ମୋଡୁଲାର୍ ଅପରେସନ୍ ଥିଏଟର୍ ପ୍ରସ୍ତୃତ କରିଛନ୍ତି । ଆନ୍ତର୍ଜାତୀକ ନିୟମ ଏବଂ ସୁଲଭ ମୂଲ୍ୟରେ ପ୍ରତ୍ୟାରୋପଣ କାର୍ଯ୍ୟ ଏବଂ ଉନ୍ନତ ଧରଣର ରୋଗୀ ସେବା ଯୋଗାଇଦେବା ସମ୍‌ର ଲକ୍ଷ୍ୟ।

ସମରେ ପ୍ରତ୍ୟାରୋପଣ ଅପରେସନ୍ ଥିଏଟର୍ ଏବଂ ଆଇସିୟୁ ପରସ୍ପରର ଅତି ନିକଟରେ ରହିଛି ଯାହା ଦ୍ୱାରା କି ପ୍ରତ୍ୟାରୋପଣ ୟୁନିଟ୍‌କୁ ଏକ ସମ୍ପୂର୍ଣ୍ଣ ଓ ସ୍ୱତନ୍ତ୍ର ଜୋନ୍‌ରେ ପରିଣତ କରାଯାଇପାରିଛି ।

   Related Posts