Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ସୁନ୍ଦରଗଡ଼ରେ କରୋନା : ଶନିବାର ଚିହ୍ନଟ ହୋଇଥିବା ୪ ପଜିଟିଭ୍‌ଙ୍କ ମଧ୍ୟରୁ ବିଶ୍ରା ଅଞ୍ଚଳର ଦୁଇ ଜଣ

12/04/2020 at 8:44 AM

ସୁନ୍ଦରଗଡ଼ ୧୨।୦୪: ସୁନ୍ଦରଗଡ ଜିଲ୍ଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ । ପ୍ରଥମ ଥର ପାଇଁ ସେଠାରେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏକା ସାଙ୍ଗରେ ଦୁଇ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ସୁନ୍ଦରଗଡ଼ରୁ ୪ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି । ତେବେ ଚିହ୍ନଟ ହୋଇଥିବା ଦୁଇ ଜଣ ସୁନ୍ଦରଗଡ ବିଶ୍ରା ଅଞ୍ଚଳ ବୋଲି ସୂଚନା ମିଳିଛି । ଏନେଇ ସୂଚନା ଦେଇଛି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ।ଶନିବାର ଦିନ ୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା । ତେବେ ଏହି ଚାରିଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି ।

ସୁନ୍ଦରଗଡରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି । ସମଗ୍ର ବିଶ୍ରା ଅଞ୍ଚଳକୁ ସିଲ୍ କରିବା ପ୍ରକ୍ରିୟା ଆରମ୍ଭ କରିଦେଇଛି ଜିଲ୍ଲା ପ୍ରଶାସନ । ସୂଚନାନୁସାରେ ପ୍ରଥମେ ସେହି ଅଞ୍ଚଳକୁ ସିଲ୍‌ କରାଯିବ ଏବଂ ଏହାପରେ ଆକ୍ରାନ୍ତଙ୍କ ରାଜ୍ୟ ବାହାରକୁ ଗସ୍ତର ବିବରଣୀକୁ ଅନୁଧ୍ୟାନ କରାଯିବ । କେଉଁ ପରିସ୍ଥିତିରେ ଓ କିଭଳି ଏମାନେ କରୋନାରେ ଆକ୍ରାନ୍ତ ହେଲେ ସେନେଇ ଛାନ୍‌ଭିନ୍‌ ଆରମ୍ଭ କରାଯିବ । ତେବେ ଦୁଇଜଣ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ମଧ୍ୟ ଖୋଜିବା ଆରମ୍ଭ କରିଦେଇଛି ଜିଲ୍ଲା ପ୍ରଶାସନ ।

ସୂଚନାଯୋଗ୍ୟ, ଶନିବାର ରାଜ୍ୟରେ ଆଉ ଚାରି ଜଣ ଆକ୍ରାନ୍ତ ଚିହ୍ନଟ ହେବା ପରେ ସଂକ୍ରମିତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ରାଜ୍ୟର ୫୪ ଆକ୍ରାନ୍ତଙ୍କ ମଧ୍ୟରୁ ଇତିମଧ୍ୟରେ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରି ଯାଇଥିବାବେଳେ ପୂର୍ବରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୩୭ ଜଣ ଏବେ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାଯାଇଛି।

   Related Posts