Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ଆସୁଛନ୍ତି ଟ୍ରମ୍ପ : ଦୁଇ ଦିନିଆ ଭାରତ ଗସ୍ତରେ ଆମେରିକା ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା କଡାକଡି

24/02/2020 at 8:25 AM

ଅହମ୍ମଦାବାଦ ୨୪।୦୨:  ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି । ଭାରତ ଅଭିମୁଖେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପତ୍ନୀ । ଆଉ କିଛି ଘଣ୍ଟା ପରେ ଅର୍ଥାତ ଦିନ ପ୍ରାୟ ୧୧ଟା ୪୦ରେ  ଅହମ୍ମଦାବାଦ ଏୟାର ପୋର୍ଟରେ ଲ୍ୟାଣ୍ଡ କରିବ ଏୟାରଫୋର୍ସ ୱାନ ବିମାନ ।

ସୋମବାର ଏବଂ ମଙ୍ଗଳବାର ଦୁଇ ଦିନ ଧରି ଭାରତରେ ରହିବେ ଟ୍ରମ୍ପଙ୍କ ପରିବାର । ନମସ୍ତେ ଟ୍ରମ୍ପ ଠାରୁ ତାଜମହଲ ପରିଦର୍ଶନ ଭଳି ବ୍ୟସ୍ତବହୁଳ କାର୍ଯ୍ୟକ୍ରମରେ ଯୋଗଦେବେ ଆମେରିକା ରାଷ୍ଟ୍ରପତି ।  ଟ୍ରମ୍ପଙ୍କ ସହ  ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ  ମଧ୍ୟ ଏହି ଗସ୍ତରେ ସାମିଲ ଅଛନ୍ତି । ଭାରତକୁ ଯାତ୍ରା କରିବା ପୂର୍ବରୁ ଟ୍ରମ୍ପ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ମୋର ନିଜର ବନ୍ଧୁ। ଭାରତୀୟଙ୍କ ସହ ମିଶିବାକୁ ମୁଁ ଉତ୍ସାହିତ। ଏସବୁ ଭିତରେ ଟ୍ରମ୍ପଙ୍କୁ ସ୍ୱାଗତ କରିବାକୁ ମଧ୍ୟ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ।

ଅହମ୍ମଦାବାଦ ବିମାନବନ୍ଦରରେ ଅବତରଣ କରିବ ଆମେରିକା ରାଷ୍ଟ୍ରପତିଙ୍କ ବିମାନ- ଏୟାରଫୋର୍ସ-ୱାନ । ପ୍ରଧାନମନ୍ତ୍ରୀ ମୋଦି ନିଜେ ବିମାନବନ୍ଦରରେ ଉପସ୍ଥିତ ରହି  ଆମେରିକାର ପ୍ରଥମ ପରିବାରକୁ ସ୍ୱାଗତ କରିବେ । ଡୋନାଲ୍ଡ ଟ୍ରମ୍ପଙ୍କ ଗସ୍ତ ପାଇଁ ପୁରା ଅହମ୍ମଦାବାଦ ସହରକୁ ନୂଆ ବୋହୂ ପରି ସଜେଇ ଦିଆଯାଇଛି । ସ୍ୱାଗତ ପାଇଁ ଏତେ ବଡ ଆୟୋଜନ ହୋଇଛି, ଯାହା ପୂର୍ବରୁ କେବେ ଦେଖିବାକୁ ମିଳିନଥିଲା ।

   Related Posts