ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ; ୨ ମୃତ, ୪ଗୁରୁତର

Published By : Prameya-News7 Bureau | January 16, 2019 IST

ସୁନ୍ଦରଗଡ ୧୫|୧: ସୁନ୍ଦରଗଡ ସଦରଥାନା ଅନ୍ତର୍ଗତ ମହୁଲଯୋର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ସୁନ୍ଦରଗଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.