ବାଇକ୍ ଉପରେ ମାଡିଗଲା ଟ୍ରକ୍ ; ଜଣେ ମୃତ, ଦୁଇ ଗୁରୁତର

Published By : Prameya-News7 Bureau | May 25, 2019 IST

ଭୁବନେଶ୍ବର ୨୫|୫: ଭୁବନେଶ୍ବର ସ୍ଥିତ ସିଆରପିଏଫ୍ ଫ୍ଲାଏ ଓଭର ବ୍ରିଜ୍ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରକ୍ ବାଇକ୍ ଉପରେ ମାଡିଯାଇଛି । ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି ।

{"id":115784}

ଦୁଇ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ମୃତକଙ୍କ ପରିଚୟ ମିଳିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.