ବଜ୍ରାଘାତରେ ଦୁଇ ମୃତ, ଦୁଇ ଗୁରୁତର ମେଡିକାଲରେ ଭର୍ତ୍ତି

Published By : Prameya-News7 Bureau | October 06, 2019 IST

ଆନନ୍ଦପୁର ୬|୧୦: କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ବଜ୍ରାଘାତରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଦୁଇ ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ପଦ୍ମପୁର ଗାଁ ନିକଟ ବିଲରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ବଜ୍ରାଘାତ ଫଳରେ ବିଲରେ କାମ କରୁଥିବା ବ୍ୟକ୍ତି ଆଘାତପ୍ରାପ୍ତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତ ହୋଇଛନ୍ତି । ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକ ହେଲେ ଭାଗବତ ନାୟକ ଏବଂ ଦୁଷ୍କନ୍ତ ନାୟକ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.