ଝୁଲନ୍ତା ଅବସ୍ଥାରେ ମହିଳା ଏବଂ ଯୁବକଙ୍କ ମୃତଦେହ ଉଦ୍ଧାର
24/08/2018 at 9:31 PM

କଟକ ୨୫/୮ : କଟକ ଜିଲ୍ଲା ସାଲେପୁର ଥାନା ଅନ୍ତର୍ଗତ କେନ୍ଦୁପାଟଣା ଖଣ୍ଡଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ମହିଳା ଏବଂ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ଏକ ଘର ଭିତରୁ ଉଭୟଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ସାଲେପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଉଭୟ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି ତାହା ସ୍ପଷ୍ଟ ଜଣାପଡିନାହିଁ । ଉଭୟ ସଂପର୍କରେ ଦିଅର-ଭାଉଜ ବୋଲି ସୂଚନା ମିଳିଛି ।
Related Posts
ବାଦାମପାହାଡ଼ ଅଞ୍ଚଳରେ ଅବକାରୀ ବିଭାଗର ଚଢ଼ାଉ: ବିପୁଳ ଦେଶୀ ମଦ ଜବତ, ୪ ଗିରଫ
24 February 2021