ଅଜଣା ଗାଡି ଧକ୍କାରେ ଦୁଇ ସାଇକେଲ ଆରୋହୀ ମୃତ

Published By : Prameya-News7 Bureau | September 10, 2019 IST

ଭଦ୍ରକ ୧୦।୯: ଭଦ୍ରକ ନୂଆ ବସଷ୍ଟାଣ୍ଡ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଅଜଣା ଗାଡ଼ି ଧକ୍କାରେ ଦୁଇ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ଦୁର୍ଘଟଣା ଘଟାଇ ଗାଡ଼ିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି ।

{"id":155540}

ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ଦୁଇ ମୃତକଙ୍କ ମଧ୍ୟରୁ ଜଣଙ୍କର ବୟସ ୨୨ ବର୍ଷ ହୋଇଥିବା ବେଳେ ଅନ୍ୟ ଜଣେ ୮ରୁ ୯ ବର୍ଷ ହେବ ବୋଲି ଅନୁମାନ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.