Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ପରିବା ବୋଝେଇ ପିକ୍‌ଅପ୍ ଭ୍ୟାନ୍‌କୁ ପଛରୁ ପିଟିଲା ଟ୍ରକ୍ : ଦୁଇ ମୃତ, ଜଣେ ଗୁରୁତର

30/01/2020 at 8:20 AM

କେନ୍ଦୁଝର ୩୦।୧: କେନ୍ଦୁଝରରେ ପରିବା ବୋଝେଇ ପିକଅପ ଭ୍ୟାନକୁ ପଛରୁ ପିଟିଲା ଟ୍ରକ୍ । ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । କେନ୍ଦୁଝରର ଲାଇଫ୍ ଲାଇନ୍ କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥ ପୁଣି ପାଲଟିଲା ଡେଥ୍ ଲାଇନ୍ ।

ସୂଚନାଯୋଗ୍ୟ ଯେ, କେନ୍ଦୁଝର ଦେଇ ଯାଇଥିବା ୨୦ ନମ୍ବର ଜାତୀୟ ରାଜପଥର ନେଙ୍କେଡାଘର ନିକଟରେ ଗତକାଲି ରାତି ପ୍ରାୟ  ୧ଟା ୩୦ମିନିଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଉକ୍ତ ସ୍ଥାନରେ ଦୁଇଟି ପରିବା ବୋଝେଇ ପିକଅପ ଗାଡି ଖରାପ ଥିବାରୁ ଛିଡା ହୋଇ ସଜାଡୁ ଥିବା ସମୟରେ ପଛରୁ ଏକ ଆଇରନ୍ ବୋଝେଇ ଟ୍ରକ୍ ଆସି ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ପିକଅପ ଗାଡିରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି ।

ଗୁରୁତରଙ୍କୁ ଅବସ୍ଥାରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦୁଇଟି ପିକଅପ ଗାଡି ଯାଜପୁର କୁଆଖିଆରୁ ପରିବା ନେଇ ରାଞ୍ଚି ଯାଉଥିବା ଜଣାପଡିଥିବା ବେଳେ ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ଟାଉନ୍ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts