Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ଅଜଣା ଗାଡି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

13/09/2019 at 2:04 PM

ପଦ୍ମପୁର ୧୩।୯: କୋରାପୁଟ-ରାୟଗଡା ଜିଲ୍ଲା ସୀମାନ୍ତ କୁଟୁଳି ଗାଁ ନିକଟରେ ସଡକ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ସାନ ମିନାପାଇ ଗାଁର ବିକାସ ମିଣିଆକା ଓ ଟୁଡୁଆ ଲେଲେର ଗାଁର ସାହୁ ପ୍ରେପେକା । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଉତ୍ତେଜନା ଲାଗିରହିଛି । ସ୍ଥାନୀୟ ଆଦିବାସୀମାନେ ୩୨୬ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରି ରଖିଛନ୍ତି ।

ସୂଚନାଯୋଗ୍ୟ ଯେ, ଅଜଣା ଗାଡି ଆଜି ପ୍ରାୟ ୧୨ଟା ସମୟରେ ଦୁଇ ଜଣ ଚାଲିଚାଲି ଆସୁଥିବା ସମୟରେ ପଛପଟରୁ ଧକ୍କା ଦେଇଥିଲା । ଫଳରେ ଉଭୟଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଉଭୟ ନିଜ ଗ୍ରାମରୁ କୁଟୁଳିଗାଁକୁ ଟଙ୍କାକିଆ ଚାଉଳ ନେବା ପାଇଁ ଚାଲିଚାଲି ଆସୁଥିବା ବେଳେ ଦୁର୍ଘଟଣା ଘଟିଥିଲା । ଘଟଣାସ୍ଥଳରେ କୁମ୍ଭିକୋଟା ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝା ସୁଝା କରୁଛି ।

   Related Posts