ବାଇକ୍ ଦୁର୍ଘଟଣାଗ୍ରସ୍ତ, ଦୁଇ ମୃତ
21/02/2019 at 8:24 AM

ନୂଆପଡା ୨୧|୨: ବାଇକ୍ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ନୂଆପଡା ଉଦ୍ୟାନବନ୍ଧରୁ ବଲାଙ୍ଗିର ରାସ୍ତା ଜଲମକଟା ଛକ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ କୋମନା ଥାନା ବୁଦ୍ଧିକୋମନା ଗାଁର ରିତନ ହଂସ ଓ ବିବେକାନନ୍ଦ ବାଗ୍ । ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡିନାହିଁ । ତେବେ ବିଳମ୍ବିତ ରାତିରେ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ପୋଲିସ ପହଢଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ କୋମନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।
Related Posts
ଅବକାରୀ ବିଭାଗ ଓ ପୋଲିସର ଅତର୍କିତ ଚଢାଉ, ବିପୁଳ ପରିମାଣର ମଦ-ପୋଚ ଜବତ
28 January 2021