Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ, ଭୁଜାଲି ମାଡ଼ରେ ୪ ଗୁରୁତର

9/11/2020 at 7:55 AM

ବ୍ରହ୍ମଗିରି ୦୯।୧୧: ହିଂସାତ୍ମକର ରୂପ ନେଲା ଦୁଇ ପରିବାର ମଧ୍ୟରେ ବିବାଦ । ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ । ଭୁଜାଲି ମାଡରେ ୪ ଜଣ ଗୁରୁତର । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ରେବଣା ନୂଆଗାଁରେ ଏହି ଘଟଣା ଘଟିଛି ।

ଖବର ଅନୁଯାୟୀ, ରେବଣା ନୂଆଗାଁରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୦ଟା ବେଳେ ୨ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଧୀରେ ଧୀରେ ଗଣ୍ଡଗୋଳ ଏତେ ପରିମାଣର ବଢିଯାଇଥିଲା ଯେ, ଭୁଜାଲିରେ ଆକ୍ରମଣ ହୋଇଥିଲା । ତେବେ ଭୁଜାଲି ଆକ୍ରମଣରେ ୪ଜଣ ଗୁରୁତର ଭାବେ ଆହତ ହୋଇଥିବା ଜଣାପଡ଼ିଛି ।

ପ୍ରଥମେ ଗୁରୁତରଙ୍କୁ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା  । ପରେ ସେମାନଙ୍କୁ ପୁରୀ ସଦର ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି  । ତେବେ କେଉଁ ବିବାଦ ନେଇ ଭୁଜାଲି ମାଡ଼ ଏବଂ ଗଣ୍ଡଗୋଳ ହେଲା , ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି ।

   Related Posts