ବନ୍ଦ ହେଲା ହୀରକୁଦ ଜଳଭଣ୍ଡାରର ୨ଟି ଗେଟ୍, ୧୨ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

Published By : Prameya-News7 Bureau | July 29, 2021 IST

ସମ୍ବଲପୁର ୨୯।୭: ବନ୍ଦ ହେଲା ହୀରକୁଦ ଜଳଭଣ୍ଡାରର ୨ଟି ସ୍ଲୁଇସ୍ ଗେଟ୍ । ବର୍ତ୍ତମାନ ୧୨ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଛି । ତେବେ ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୦୫.୫୪କୁ ଖସିଗଲାଣି ।

ସମ୍ବଲପୁରରେ ବର୍ଷା ଲାଗି ରହିଥିବାବେଳେ ଉପରମୁଣ୍ଡରରେ ବର୍ଷା କମିଛି । ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୭୯୯ କ୍ୟୁସେକ୍ ଜଳ ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ୨ ଲକ୍ଷ କ୍ୟୁସେକ୍ ଜଳ ଛଡାଯାଉଛି । ତେବେ ମୁଣ୍ଡଳୀ ଓ ଖଇରମାଲରେ ଜଳସ୍ତର ବୃଦ୍ଧି ପାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.