Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଖୋଲିଲା ହୀରାକୁଦ ଜଳ ଭଣ୍ଡାରର ଦୁଇଟି ଗେଟ୍, ଜଳସ୍ତର ୬୨୮.୭୧ ଫୁଟ୍

21/09/2020 at 10:46 AM

ସମ୍ବଲପୁର ୨୧।୯: ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ଦୁଇଟି ଗେଟ୍ । ଉପରମୁଣ୍ଡରେ ବର୍ଷା ଯୋଗୁଁ ଗେଟ୍ ଖୋଲାଯାଇଛି । ପ୍ରତି ସେକେଣ୍ଡରେ ଜଳ ଭଣ୍ଡାର ଭିତରକୁ ୪୭ ହଜାର ୩୨୫ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ପ୍ରତି ସେକେଣ୍ଡରେ ୪୮ ହଜାର ୭୩୭ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୮.୭୧ ଫୁଟ୍ ରହିଛି । ଗେଟ୍ ଖୋଲିବା ନେଇ ପୂର୍ବର ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଥିଲେ ।

ସୂଚନାଯୋଗ୍ୟ ଯେ, ଗତ ୧୮ ତାରିଖରେ ହୀରାକୁଦ ଜଳଭଣ୍ଡାରର ସମସ୍ତ ଗେଟ୍ ବନ୍ଦ ହୋଇଥିଲା । ବନ୍ୟାଜଳ ନିୟନ୍ତ୍ରଣ ପାଇଁ ଚଳିତ ବର୍ଷ ହୀରାକୁଦ ଜଳଭଣ୍ଡାରର ୪୬ଟି ଗେଟ୍ ଖୋଲାଯାଇଥିଲା । ଜଳଭଣ୍ଡାରକୁ ଜଳପ୍ରବେଶ, ଜଳଭଣ୍ଡାରର ଜଳସ୍ତର, ଜଳ ପରିଚାଳନା ନେଇ ରୁଲକର୍ଭକୁ ଆଧାର କରି ପର୍ଯ୍ୟାୟକ୍ରମେ ଗେଟ୍ ଗୁଡିକ ବନ୍ଦ କରାଯାଇଥିଲା ।

   Related Posts