ଗଛରୁ ଯୁବକ-ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
21/12/2019 at 8:48 AM

ବ୍ରହ୍ମପୁର ୨୧।୧୨: ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ସୂନାପଲି ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ସୂନାପଲି ଗାଁର ଲାଲୁଘାଇ ପୋଖରୀ ହୁଡାରେ ଥିବା ଗଛରେ ଉଭୟ ଯୁବକ-ଯୁବତୀଙ୍କ ମୃତଦେହ ଝୁଲୁଥିବାର ଗାଁଲୋକ ଦେଖିଥିଲେ । ଦେଖିବା ପରେ ଗାଁଲୋକ ପୋଲିସକୁ ଖବର ଦେଇଥିଲେ ।

ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଗଛରେ ଝୁଲୁଥିବା ମୃତଦେହକୁ ଉଦ୍ଧାର କରିଛି । ଉଭୟଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପୋଲିସ ମେଡିକାଲକୁ ପଠାଇଛି । ମୃତ ଯୁବକ-ଯୁବତୀଙ୍କ ପରିଚୟ ମିଳିପାରିନାହିଁ । ଉଭୟଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ପୋଲିସ ଘଟଣାର ଅଧିକ ଛାନଭିନ୍ କରୁଛି ।
Related Posts
ନନ୍ଦନକାନନ: ଜଗୁଳିଆଙ୍କ ମାଡରେ ରେଞ୍ଜରଙ୍କ ପୁଅ ଆହତ
26 January 2021
ଦିଗପହଣ୍ଡି: ତ୍ରିରଙ୍ଗା ପତାକାକୁ ଅସମ୍ମାନ
26 January 2021
ସି.ଆର୍.ପି.ଏଫ୍ରେ ଯୋଗ ଦେବେ କର୍ଲାମୁଣ୍ଡାର ଝିଅ ସୌମ୍ୟାରାଣୀ
26 January 2021