Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ପୋଲିସ ଗୁଳିରେ ୨ ହାର୍ଡକୋର ମାଓବାଦୀ ନିହତ, ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ଜବତ

19/10/2020 at 11:02 AM

ମାଲକାନଗିରି ୧୯।୧୦: ମାଲକାନଗିରି-ତେଲେଙ୍ଗାନା ସୀମାନ୍ତ ମୁଲୁଗୁ ଜିଲ୍ଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ପୋଲିସ ଗୁଳିରେ ଦୁଇ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ ଜବାନମାନେ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ମାଙ୍ଗାପେଟା ଥାନା ଅନ୍ତର୍ଗତ ନରସିମା ଜଙ୍ଗଲରେ ମାଓବାଦୀମାନେ ଏକ ବଡ ଧରଣର କ୍ୟାମ୍ପ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହାପରେ ଗ୍ରେହାଉଣ୍ଡ ଜବାନମାନେ ସେଠାରେ କମ୍ବିଂ ଅପରେସନ ଆରମ୍ଭ କରିଥିଲେ । ତିନି ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲମାନେ ଘଟଣାସ୍ଥଳରୁ ପଳାୟନ କରିଥିଲେ ।

ଏହାପରେ ସେଠାରେ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଜବାନମାନେ ଘଟଣାସ୍ଥଳରୁ ଦୁଇ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ ଦେହ ଉଦ୍ଧାର କରିଛନ୍ତି । ବର୍ତ୍ତମାନ ସୁଦ୍ଧା ସେଠାରେ କମ୍ବିଂ ଅପରେସନ ଜାରି ରହିଛି ।

   Related Posts