Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଜଳଦ କୁମାର ତ୍ରିପାଠୀ ହେଲେ ମୁଖ୍ୟ ସୂଚନା କମିଶନର, ନିଯୁକ୍ତିକୁ ଅନୁମୋଦନ କଲେ ରାଜ୍ୟପାଳ
  • ||
  • ମୋରଡା : ବନ୍ୟା ପ୍ରଭାବିତ ଗାଁ ବୁଲିଲେ ବିଧାୟକ ପ୍ରଣବ ପ୍ରକାଶ ଦାସ, ମୃତକଙ୍କ ପରିବାରକୁ ପ୍ରଦାନ କଲେ ଆର୍ଥିକ ସହାୟତା
  • ||
  • ଝାରସୁଗୁଡା : ନକଲି ମାଓବାଦୀ ଗିରଫ, କମ୍ପାନୀର ସାଇଟ୍ ଇନଚାର୍ଜଙ୍କୁ ମାଗୁଥିଲା ଟଙ୍କା
  • ||
  • ଖଲ୍ଲିକୋଟ : ବିଦ୍ୟୁତ ଆଘାତ ଲାଗି ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ଭୁବନେଶ୍ବର : ମୋଟୁ ଥାନା IICଙ୍କୁ ଗିରଫ କଲା ଭିଜିଲାନ୍ସ, କାର୍‌ରୁ ଜବତ ହୋଇଥିଲା ୨ ଲକ୍ଷ ୮୦ ହଜାର ଟଙ୍କା
  • ||
  • ପୁରୀ : ସରକାରୀ ଗାଡିରୁ ଧଳା ଜହର ଜବତ, ୪୦ଗ୍ରାମ୍ ବ୍ରାଉନସୁଗାର ସହ ୩ ଅଭିଯୁକ୍ତ ଗିରଫ
  • ||
  • କଳାହାଣ୍ଡି : କର୍ଲାପାଟ ବକ୍ସାଇଟ୍ ଖଣିର ନିଲାମ ଉପରେ ହାଇକୋର୍ଟଙ୍କ ରହିତାଦେଶ
  • ||
  • ସମ୍ବଲପୁର : ବେଆଇନ ଭାବେ ବନ୍ଧୁକ ତିଆରି ଓ ବିକ୍ରି : ଦମ୍ପତ୍ତିଙ୍କ ସମେତ ୫ ଗିରଫ, ୪ଟି ଦେଶୀ ବନ୍ଧୁକ ଜବତ
  • ||
  • ବୌଦ୍ଧ : ରାସ୍ତାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ମହେନ୍ଦ୍ରତନୟାରେ ଭାସିଗଲେ ଯୁବକ : ଦିନକ ପରେ ମିଳିଲା ମୃତଦେହ
  • ||

କୋକିଶିଆଳି ଆକ୍ରମଣରେ ଦୁଇ ଆହତ

10/01/2019 at 2:07 PM

ଘଟଗାଁ ୧୦|୧:  କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଅର୍ଜୁନବିଲ୍ଲା ଗ୍ରାମରେ କୋକିଶିଆଳି ଆତଙ୍କ ଦେଖିବାକୁ ମିଳିଛି । ଆଜି ସକାଳୁ କୋକିଶିଆଳି ଆକ୍ରମଣରେ ଅର୍ଜୁନବିଲ୍ଲା ଗ୍ରାମର ଯୁଗୋଳ କିଶୋର ଗିରି ଓ ଚାନ୍ଦ ଦାସ ଆହତ ହୋଇଛନ୍ତି । ଉଭୟଙ୍କ ଆହତ ଅବସ୍ଥାରେ ପ୍ରଥମେ ଘଟଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ସୂଚନା ଅନୁସାରେ ଉଭୟ ନିଜ ନିଜ ଘର ପାଖରେ ଥିବା ସମୟରେ ନିକଟସ୍ଥ ଜଙ୍ଗଲରୁ ଏକ କୋକିଶିଆଳି ଗାଁ ଭିତରକୁ ପଶି ଆସି ପ୍ରଥମେ ଚାନ୍ଦ ଦାସଙ୍କୁ ଓ ପରେ ଯୁଗୋଳଙ୍କୁ କାମୁଡିବାରେ ଲାଗିଥିଲା । ସେଠାରେ  ଉପସ୍ଥିତ ଥିବା ଗ୍ରାମବାସୀମାନେ ଶିଆଳଟିକୁ ଘଉଡାଇବା ସହ ଉଭୟ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଇଥିଲେ । ଖବର ପାଇ ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

   Related Posts