Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଜଙ୍ଗଲକୁ ଯାଇଥିବା ବେଳେ ପଡିଗଲେ ଭାଲୁ ହାବୁଡରେ, ଆକ୍ରମଣରେ ୨ ଗୁରୁତର

23/06/2021 at 10:47 AM

କାମାକ୍ଷାନଗର ୨୩।୬: ଭାଲୁ ଆକ୍ରମଣରେ ଦୁଇ ଗୁରୁତର । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବ୍ରାହ୍ମଣିଆ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବ୍ରାହ୍ମଣିଆ ଗାଁର ଧରମା ନାୟକ ଓ ପବିତ୍ର ନାୟକ ବୁଧବାର ଭୋର ସମୟରେ ଗାଁ ପାଖ ଜଙ୍ଗଲକୁ ଯାଇଥିବା ବେଳେ ଭାଲୁ ହାବୁଡରେ ପଡିଯାଇଥିଲେ । ଫଳରେ ଭାଲୁ ଉଭୟଙ୍କୁ ଆକ୍ରମଣ କରିଥିଲା । ଯାହା ଫଳରେ ଧରାମାଙ୍କ ଡାହାଣ ଆଖି, ବାମ କାନ୍ଧରେ ଗଭୀର ଆଘାତ ଲାଗିଥିବା ବେଳେ ପବିତ୍ରଙ୍କ ବାମ ହାତ ଓ ବାମ ଗୋଡରେ ଗଭୀର କ୍ଷତ ସୃଷ୍ଟି ହୋଇଛି । ଗ୍ରାମବାସୀ ଉଭୟଙ୍କୁ ଉଦ୍ଧାର କରି ତୁରନ୍ତ ଦୁଇଟି ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଇଥିଲେ । ସେଠାରେ ଉଭୟଙ୍କ ସ୍ବାସ୍ଥାବସ୍ତା ସଙ୍କଟାପନ୍ନ ହେବାରୁ ଡାକ୍ତର ତାଙ୍କୁ ତୁରନ୍ତ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛନ୍ତି ।

   Related Posts