ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍, ଦୁଇ ଗୁରୁତର

Published By : Prameya-News7 Bureau | May 22, 2020 IST

ନିଶ୍ଚିନ୍ତକୋଇଲି ୨୨।୫: ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ୍ । ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତର କରାଯାଇଛି । କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲିଠାରେ ଦୁର୍ଘଟଣା ଘଟିଛି ।

{"id":273970,"sizeSlug":"large"}

ସୂଚନାଯୋଗ୍ୟ ଯେ, ଗୁରୁବାର ବିଳମ୍ବିତ ରାତିରେ ଛିଡା ହୋଇଥିବା ଏକ ଟ୍ରକ୍‌କୁ ଅନ୍ୟ ଏକ ଟ୍ରକ୍ ପଛପଟୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଦୁଇ ଜଣ ଗୁରୁତର ହୋଇଥିଲେ । ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ କଟକ ବଡ ମେଡିକାଲ ପଠାଇ ଦିଆଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଗୁରୁତରମାନଙ୍କ ପରିଚୟ ମିଳିପାରିନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.