Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ଫେଲ୍ ମାରିଲା ବ୍ୟାଟିଂ, ଦକ୍ଷିଣ ଆଫ୍ରିକା ନିକଟରୁ ୩୧ ରନରେ ହାରିଲା ଭାରତ
  • ||
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||

ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା, ଦୁଇ ଡ୍ରାଇଭର ଗୁରୁତର

2/02/2020 at 11:17 AM

ଦେବଗଡ ୨।୨:  ଦେବଗଡ ସହର ମଧ୍ୟରେ ଥିବା ଶାସନ ସାହି ଛକରେ ଦୁଇଟି ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଦୁଇ ଟ୍ରକ୍ ର ଡ୍ରାଇଭର ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରବିବାର ସକାଳୁ କେନ୍ଦୁଝରରୁ ଲୁହାପଥର ନେଇ ଯାଉଥିବା ଟ୍ରକ୍ ସହ ସମ୍ବଲପୁର ପଟୁ ଆସୁଥିବା ମାଲ୍ ବୋଝେଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଉଭୟ ଟ୍ରକ୍ ର ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ଆହତ ଡ୍ରାଇଭରମାନଙ୍କୁ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଜଣେ ଡ୍ରାଇଭରଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର  କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରିଛି ।

   Related Posts