LIVE TV
LIVE TV

ନୂଆ ରୂପ ନେବ ଡେବ୍ରିଗଡ଼ ଅଭୟାରଣ୍ୟ, ୭୧ କୋଟି ଟଙ୍କା ବ୍ୟୟରେ ହେବ ଅନ୍ତର୍ଜାତୀୟ ଇକୋଟୁରିଜିମ୍ ଡେଷ୍ଟିନେସନ୍

NEWS7
two-minor-girl-raped-by-neighbour-in-karanjia

ଭୁବନେଶ୍ୱର: ଡେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଏକ ଆନ୍ତର୍ଜାତୀୟ ଇକୋଟୁରିଜିମ୍ ଡେଷ୍ଟିନେସନ୍ ଭାବରେ ବିକଶିତ କରିବା ପାଇଁ ଓଡ଼ିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରାୟ ୭୧.୧୯ କୋଟି ଟଙ୍କା ମୂଲ୍ୟର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର୍)କୁ ମଞ୍ଜୁରୀ ଦେଇଛନ୍ତି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ ସୂଚନା ଦେଇଛନ୍ତି ।

ଏହି ପଦକ୍ଷେପ ପାଇଁ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି ଏହି ନିଷ୍ପତ୍ତି ଦେବ୍ରିଗଡ଼ର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଆନ୍ତର୍ଜାତୀୟ ସ୍ତରରେ ପରିଚୟ ଦେବା ସହିତ ବନ୍ୟଜନ୍ତୁ ସଂରକ୍ଷଣରେ ସହାୟକ ହେବ । ଏହି ଇକୋଟୁରିଜିମ୍ ପ୍ରକଳ୍ପ ସ୍ଥାନୀୟ ନିଯୁକ୍ତି ଏବଂ ପର୍ଯ୍ୟଟନକୁ ବଡ଼ ଗତି ଦେବ ।

ଅପରପକ୍ଷରେ ସୂଚାନୁସାରେ, ଅଭୟାରଣ୍ୟର ପ୍ରାୟ ୧୦୦ କିଲୋମିଟର ପରିସୀମା ଚାରିପାଖରେ ବାଡ଼ ନିର୍ମାଣ ପାଇଁ ସ୍ୱତନ୍ତ୍ର ଭାବରେ ଅତିରିକ୍ତ ପ୍ରାୟ ୧୪.୧୮ କୋଟି ଟଙ୍କା ପାଣ୍ଠି ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ରାଶିକୁ କାମ୍ପା କିମ୍ବା ଅନ୍ୟାନ୍ୟ ରାଜ୍ୟ ସରକାରୀ ପାଣ୍ଠି ମାଧ୍ୟମରେ ଯୋଗାଇବା ପାଇଁ ପରାମର୍ଶ ଦିଆଯାଇଛି । ଏହି ବାଡ଼ ନିର୍ମାଣ ଦ୍ୱାରା ବନ୍ୟଜନ୍ତୁ ଓ ମଣିଷ ମଧ୍ୟରେ ସଂଘର୍ଷ ହ୍ରାସ ହୋଇପାରିବ  । ସମ୍ପୃକ୍ତ ବିଭାଗକୁ ତୁରନ୍ତ ଏହି ଡିପିଆର ଅନୁଯାୟୀ ଆଗାମୀ ପଦକ୍ଷେପ ଗ୍ରହଣ କରିବାକୁ  ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏହି ପ୍ରକଳ୍ପ ଡେବ୍ରିଗଡ଼ରେ ଇକୋଟୁରିଜିମ୍ ଭିତ୍ତିଭୂମିର ବିକାଶ କରିବା ସହିତ ସ୍ଥାନୀୟ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଏବଂ ପ୍ରାକୃତିକ ସମ୍ପଦର ସୁରକ୍ଷାକୁ ବଳିଷ୍ଠ କରିବ ।