ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ, ବରଗଡ ଜିଲ୍ଲାରେ ପ୍ରଥମ ମୃତ୍ୟୁ

Published By : Prameya-News7 Bureau | June 21, 2020 IST

ଭୁବନେଶ୍ବର ୨୧।୬: ରାଜ୍ୟରେ କରୋନା ନେଲା ଆଉ ଦୁଇ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୪ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ଦୁଇ ଜଣଙ୍କ ଯଥାକ୍ରମେ ବରଗଡ ଏବଂ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ବରଗଡ ଜିଲ୍ଲାରେ ପ୍ରଥମ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ସେହିଭଳି ପୂର୍ବରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ହୋଇସାରିଛି ।

ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୬୦ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୨ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

{"id":289212,"sizeSlug":"large"}

ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର ଟ୍ବିଟର ପକ୍ଷରୁ ଦର୍ଶାଯାଇଛି ଯେ, ମୃତ ବ୍ୟକ୍ତି ଜଣଙ୍କ ବରଗଡ ଜିଲ୍ଲାର । ତାଙ୍କ ବୟସ ୭୬ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଦୀର୍ଘଦିନ ଧରି ଡାଇବେଟିସ୍ ରୋଗରେ ପୀଡିତ ଥିଲେ ।

wp:html /wp:html

ସେହିପରି ଅନ୍ୟ ଜଣେ ମୃତ ବ୍ୟକ୍ତି ଗଞ୍ଜାମ ଜିଲ୍ଲାର । ତାଙ୍କ ବୟସ ୪୯ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ କ୍ରୋନିକ୍ ଅବଷ୍ଟ୍ରକ୍ଟିଭ୍ ପଲମୋନାରି ରୋଗରେ ପୀଡିତ ଥିଲେ ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୫୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.