ଭୁବନେଶ୍ୱର ୦୪।୧୨ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୯୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
{"id":554016,"sizeSlug":"full","linkDestination":"none"}ମୃତକଙ୍କ ମଧ୍ୟରେ ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୦୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୮୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୨୦୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୯୬୪୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।