ଭୁବନେଶ୍ୱର ୦୮।୧୨ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
wp:html/wp:htmlDetails of cases confirmed as death due to Covid-19, after due completion of death audit process:
— H & FW Dept Odisha (@HFWOdisha) December 8, 2021
1.A 65 years old Female of Cuttack District who was also suffering from Hypertension, Diabetes Mellitus.
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୭୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୧୪୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୦୧୩୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୧୭୯୭୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।