ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ

Published By : Prameya-News7 Bureau | November 14, 2021 IST

ଭୁବନେଶ୍ୱର ୧୪।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୨୬୨ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୭ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

wp:html /wp:html

ମୃତକଙ୍କ ମଧ୍ୟରେ ଢେଙ୍କାନାଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୪୩୦୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୮୩୯୧୫୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.