Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ରାଜ୍ୟରେ ପୁଣି ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ, 50 ଛୁଇଁଲା କୋଭିଡ-୧୯ ସଂକ୍ରମିତଙ୍କ ସଂଖ୍ୟା

11/04/2020 at 4:58 AM

ଭୁବନେଶ୍ୱର ୧୧।୦୪: ରାଜ୍ୟରେ ଆଉ ଦୂଇ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ। ଗୁରୁବାର ଦିନ 6 ଜଣଙ୍କ ନମୁନା ପଜିଟିଭ୍ ଆସିଥିବାବେଳେ ଆଜି ଆଉ ଦୁଇ ଜଣ କରୋନା ପଜିଟିଭ୍  ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟର ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ମାଧ୍ୟମରେ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ କୋରନା ଆକ୍ରାନ୍ତଙ୍କ ସଂଖ୍ୟା 50 ଛୁଇଁଛି। ଏହି ଆକ୍ରାନ୍ତମାନଙ୍କ ସଂସ୍ପର୍ଶରେ କେଉଁ କେଉଁମାନେ ଆସିଛନ୍ତି, ତାହାର ଅନୁସନ୍ଧାନ ଜାରି ରହିଛି। । ଦୁଇ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟି ଯାଞ୍ଚ ଚାଲିଛି ।

ସୂଚନାଯୋଗ୍ଯ ଯେ, ଶୁକ୍ରବାର ସମୁଦାୟ ୨୯୮ଟି ନମୁନା ପରୀକ୍ଷା ହୋଇଥିବା ବେଳେ ସେଥିରୁ ୨୯୬ଟି ନେଗେଟିଭ ଆସିଥିବା ବେଳେ ୨ଟି ପଜିଟିଭ୍ ଆସିଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ରେ ପହଞ୍ଚିଛି। ତେବେ ଏ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଫଳରେ ଏବେ ୩୭ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି। ତେବେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଦୁଇ ନୂଆ ଆକ୍ରାନ୍ତଙ୍କ ସଂପର୍କରେ କୌଣସି ସୂଚନା ଦିଆଯାଇନାହିଁ।

   Related Posts