Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ

25/10/2020 at 9:41 AM

ଅନୁଗୁଳ ୨୫।୧୦: ୫୫ନମ୍ବର ଜାତୀୟ ରାଜପଥ ଜରପଡା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଛି । ଘଚଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାରାକାର୍ଯ୍ୟ ଜାରି ରଖିଛନ୍ତି ।

ଖବର ଅନୁଯାୟୀ,  ଜରପଡ଼ା ଛକ ନିକଟରେ ଥିବା ଏକ ଢାବା ପାଖରେ ଟ୍ରକଟିଏ ଛିଡା ହୋଇଥିଲା । କିନ୍ତୁ ପଛପଟୁ ଆସୁଥିବା ଏକ ଟ୍ରଲର ଜୋରଦାର ଧକ୍କା ଦେଇଥିଲା । ଟ୍ରଲର ଗତି ଅଧିକ ଥିବାରୁ ଦୁର୍ଘଟଣା ବହୁତ ଜୋରଦାର ଥିଲା । ଯାହାଫଳେ କି ଟ୍ରଲରଟି ଭାଙ୍ଗି ଚୁରମାର ହୋଇଯାଇଛି । ତେବେ ଦୁର୍ଘଟଣାର ଖବର ନିକଟସ୍ଥ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

ତେବେ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ସେମାନଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ଜରପଡ଼ା ପୋଲିସ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛି । ସେପଟେ ମୃତଦେହକୁ ଜବତ ମଧ୍ୟ କରିଛି ପୋଲିସ ।

   Related Posts