ଟ୍ରକ-ଇନୋଭା ମୁହାଁମୁହିଁ ଧକ୍କା, ୨ ମୃତ

Published By : Prameya-News7 Bureau | December 04, 2021 IST

ଅନୁଗୁଳ ୦୪।୧୨: ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକ ଓ ଇନୋଭା ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ବିଳମ୍ବିତ ରାତିରେ ଅନୁଗୁଳ ଦେଇ ଯାଇଥିବା ୬୩ ନମ୍ବର ରାଜ୍ୟ ରାଜପଥ ଜିନ୍ଦଲ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ୨ ମୃତକଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ଅନୁଗୁଳ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ ଜଣେ ସ୍ଥାନୀୟ ଜରାସିଙ୍ଗାରୁ ହୋଇଥିବା ବେଳେ ଆନ୍ୟ ଜଣଙ୍କର ପରିଚୟ ମିଳିନାହିଁ । ସେହିପରି ଗୁରୁତର ଥିବା ବ୍ୟକ୍ତି ଜଣଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି । ନିଶା ଥାନା ଅଧିକାରୀ ଘଟଣାର ତଦନ୍ତ ଜାରି ରଖିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.