ଟ୍ରକ୍ ସହ ଧକ୍କା ହେଲା ବାଇକ୍ : ଦୁଇ ମୃତ, ଜଣେ ଗୁରୁତର

Published By : Prameya-News7 Bureau | February 18, 2020 IST

ବ୍ରହ୍ମପୁର ୧୮।୨: ବ୍ରହ୍ମପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଟ୍ରକ୍ ସହ ଧକ୍କା ହେଲା ବାଇକ୍ । ଦୁର୍ଘଟଣାରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ନିକଟରେ ଦୁର୍ଘଟଣା ଘଟିଛି । ତେବେ ଗତକାଲି ବିଳମ୍ବିତ ରାତି ଦୁର୍ଘଟଣା ଘଟିଥିବା ଜଣାପଡିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ଗୁରୁତରଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.