Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

କାର୍‌ରେ ଆସୁଥିଲେ ଭୁବନେଶ୍ୱର, ଅଧା ରାସ୍ତାରେ ଟ୍ରକ ସହ ହେଲା ମୁହାଁମୁହିଁ ଧକ୍କା : ଚାଲିଗଲା ୨ଜଣଙ୍କ ଜୀବନ

26/07/2021 at 9:36 AM

ସମ୍ବଲପୁର ୨୬।୦୭: ଟ୍ରକ – କାର ମୁହାଁମୁହିଁ ଧକ୍କା । ଏହି ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।   ସମ୍ବଲପୁର ଜିଲ୍ଲା ଯୁଯୁମୁରା ଥାନା ୫୫ ନଂ ଜାତୀୟ ରାଜପଥ କୟାକୁଦ ନିକଟରେ ଘଟିଛି ଦୁର୍ଘଟଣା ।

ଖବର ଅନୁଯାୟୀ , ରାଉରକେଲା ଛେଣ୍ଡ ଅଞ୍ଚଳର ୪ଜଣ ଏକ ବ୍ରିଜା କାର (ଓଡ଼ି ୦୨ ଏକ୍ୟୁ ୭୦୪୯)ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଥିଲେ । ଠିକ୍‌ ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ(କେଏ ୨୫ ବି ୮୫୦୧) ସହ ମୁହାଁମୁହିଁ ଧକ୍କା ହୋଇଥିଲେ । ଖବର ପାଇ ଯୁଯୁମୁରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ପ୍ରଥମେ ଯୁଯୁମୁରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଥିଲେ ।ସେହିପରି ଦୁର୍ଘଟଣାରେ ଆଉ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ବୁର୍ଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ ସୁଦ୍ଧା ସେମାନଙ୍କ ପରିଚୟ ମିଳି ପାରିନାହିଁ ।ରାତି ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ରହିଛି ।

   Related Posts