Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଶ୍ଵସ୍ତି: କମୁଛି କରୋନା ପ୍ରଭାବ, ୨୪ ଘଣ୍ଟାରେ ଆରୋଗ୍ୟ ହେଲେ ୮୦୯ ସଂକ୍ରମିତ
  • ||
  • ଡିସେମ୍ବର-ଜାନୁଆରୀ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ: ଭୁବନେଶ୍ବର ଷ୍ଟେସନ ଓ ଏୟାରପୋର୍ଟରେ କରିପାରିବେ କୋଭିଡ୍‌ ଟେଷ୍ଟ
  • ||
  • ପରୀ ବାପା-ମା’ଙ୍କୁ ଭେଟିଲେ ବିଜେପି ଟିମ୍, ସିବିଆଇ ତଦନ୍ତ ଦାବି
  • ||
  • ରାଉରକେଲା : ଚଳନ୍ତା ଟ୍ରେନ୍‌ର ଟୟଲେଟ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଯୁବକ ଗିରଫ
  • ||
  • କଟକ : ପୁଣି ଏକ ନକଲି ଘିଅ କମ୍ପାନୀରେ ଚଢାଉ, କୋଟିଏ ଟଙ୍କାର ଅପମିଶ୍ରିତ ସାମଗ୍ରୀ ଜବତ
  • ||
  • ପ୍ରେମ: ସେୟାର ଚାଟ୍‌ରୁ ଆରମ୍ଭ ଫେସବୁକରେ ଶେଷ, ସୋସିଆଲ ମିଡିଆରେ ପ୍ରେମିକାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କଲେ ପ୍ରେମିକ
  • ||
  • ନୂଆପଡା : ମେଡିକାଲରେ ଚାକିରୀ ଦେବାକୁ କହି ଠକୁଥିଲା ଯୁବକ, ଗିରଫ କଲା ପୋଲିସ
  • ||
  • ସମ୍ବଲପୁର : ଦନ୍ତା ହାତୀର ମୃତଦେହ ଠାବ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ଅଭିଯୋଗ
  • ||
  • ଗଞ୍ଜାମ : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବିଜେପି ଓ କଂଗ୍ରେସ ପକ୍ଷରୁ ଏତଲା
  • ||
  • ପୁରୀ : ଅନଲାଇନରେ ନିର୍ମାଲ୍ୟ ବିକ୍ରି କରିବା ନେଇ ସିଂହଦ୍ବାର ଥାନାରେ ଆମାଜନ ଇଣ୍ଡିଆ ବିରୋଧରେ ସେବାୟତଙ୍କ ଏତଲା
  • ||

ବିଦ୍ୟୁତ୍ ଆଘାତରେ ଚାଲିଗଲା ଦୁଇ ଜୀବନ, ଗର୍ଭବତୀ ବୋହୂଙ୍କୁ ବଞ୍ଚାଇବାକୁ ଯାଇ ଶ୍ବଶୁର ମୃତ

10/10/2020 at 9:29 AM

ମୁନିଗୁଡା ୧୦।୧୦: ବିଦ୍ୟୁତ ତାର ଲାଗି ଶ୍ବଶୁର ଏବଂ ବୋହୂଙ୍କର ମୃତ୍ୟୁ ହୋଇଛି । ରାୟଗଡ଼ା ବିଷମ କଟକ ଥାନା ଢ଼ଙ୍ଗପଡ଼ା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଶ୍ବଶୁର ଏବଂ ବୋହୁଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି । ମୃତ ଶ୍ବଶୁର ଡାହାଣୀ ମାଣ୍ଡିକା ଓ ବୋହୂ ସୁମିତ୍ରା ମାଣ୍ଡିକା ।

ସୂଚନାଯୋଗ୍ୟ ଯେ, ଶନିବାର ସକାଳେ ସୁମିତ୍ରା ମାଣ୍ଡିକା ପାଣି ହାଣ୍ଡି ଧରି ଘରକୁ ପ୍ରବେଶ କରୁଥିବା ବେଳେ ଘରର ବାରିପଟେ ବିଦ୍ୟୁତ୍ ତାର ଛିଣ୍ଡି ଗ୍ରୀଲ୍ କୁ ଲାଗିଥିଲା । ତେବେ ଗ୍ରୀଲ୍ କୁ ଧରିବା ସମୟରେ ସୁମିତ୍ରା ହଠାତ୍ ତଳେ ପଡିଯାଇଥିଲା । ତେବେ ଶ୍ବଶୁର ଡାହାଣୀ ମାଣ୍ଡିକା ବୋହୂକୁ ଉଦ୍ଧାର କରିବାକୁ ଯାଇ ସେ ମଧ୍ୟ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଥିଲେ । ତେବେ ଗୁରୁତର ଅବସ୍ଥାରେ ଦୁହିଁଙ୍କୁ ଆମ୍ବୁଲାନ୍ସ ଯୋଗେ ବିଷମକଟକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣାଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ ସୁମିତ୍ରା ମାଣ୍ଡାଙ୍ଗି ଗର୍ଭବତୀ ଥିବା ଜଣାପଡିଛି । ଏହି ଘଟଣା ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

   Related Posts