Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଧକ୍କା ଦେଲା ‘ଦିଲ୍‌ଖୁସ୍’ ବସ୍ , ଚାଲିଗଲା ୨ ବାଇକ୍‌ ଆରୋହୀଙ୍କ ଜୀବନ; ଷ୍ଟେସନରେ ସଂପର୍କୀୟଙ୍କୁ ଛାଡି ଫେରୁଥିଲେ

28/09/2021 at 9:17 AM

କଳାହାଣ୍ଡି ୨୮।୦୯: ବସ୍‌ ଧକ୍କାରେ  ୨ ବାଇକ୍ ଆରୋହୀ ମୃତ। କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଚିଚର୍ଲା ଗାଁ ନିକଟରେ ଘଟିଛି ଦୁର୍ଘଟଣା । ମୃତକ ଦୁଇ ଜଣ ହେଲେ ବେଲାମାଲ ଗାଁର ଯଶୋବନ୍ତ ନିଆଲ ଓ ଚୈତନ୍ୟ ଶିଖା ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ନିଜ ସଂପର୍କୀୟଙ୍କୁ କେସିଙ୍ଗା ରେଲୱେ ଷ୍ଟେସନରେ ଛାଡି ଫେରୁଥିବା ଉଭୟ । ଠିକ୍‌ ଏହି ସମୟରେ କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ବିଚର୍ଲା ଗାଁ ନିକଟରେ ଘଟିଲା ଅଘଟଣ । ବାଇକ୍‌ରେ ଫେରୁଥିବା ୨ଜଣଙ୍କୁ ଧକ୍କା ବସ୍‌ । କଳାହାଣ୍ଡିରୁ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର ଫେରୁଥିଲା ବସ୍‌ । ଯାହାଫଳରେ ୨ଜଣଙ୍କ ମୃତ୍ୟୁ ହୋଇଯାଇଛି । ଦୁର୍ଘଟଣା ସଂପର୍କରେ ନିକଟସ୍ଥ ପୋଲିସ ଥାନାକୁ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ସେପଟେ ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ ।

   Related Posts