Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ରକ୍ତ ମୁଖା ଲାଲ୍‌ବାହିନୀ: ୨ଛାତ୍ରଙ୍କୁ ଗଳାକାଟି ହତ୍ୟା, ପୋଲିସ ଇନଫର୍ମର ସନ୍ଦେହ

19/04/2021 at 10:53 AM

ମାଲକାନଗିରି ୧୯।୦୪: ପୁଣି ରକ୍ତ ମୁଖା ମାଓବାଦୀ । ପୋଲିସ ଇନଫର୍ମର ସନ୍ଦେହରେ ୨ଜଣଙ୍କ ଗଳାକାଟି ହତ୍ୟା । ମୃତକ ଦୁଇ ଜଣ ହେଲେ ତାତି ହଡମା ଓ ମାଡକାମି ଅର୍ଜୁନ । ମାଲକାନାଗିରି ସୀମାନ୍ତ ଛତିଶଗଡ଼ ଅଞ୍ଚଳରେ ଦେଖିବାକୁ ମିଳିଛି ଏପରି ହିଂସା ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ,  ଛତିଶଗଡ ସୀମାନ୍ତ  ସୁକମା ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଛାତ୍ରଙ୍କୁ ଗଳା କାଟି ହତ୍ୟା କଲେ ଲାଲ୍ ବାହିନୀ । ଜାଗରକୋଣ୍ଡା ଥାନା ଅନ୍ତର୍ଗତ ମିଲମପାଲ୍ଲି ଜଙ୍ଗଲ ରାସ୍ତାରୁ ମୃତଦେହ ଉଦ୍ଧାର ହୋଇଛି । ହତ୍ୟା କରିବା ପରେ ଘଟଣାସ୍ଥଳରେ କିଛି ହାତ ଲେଖା ପୋଷ୍ଟର ଛାଡି ଯାଇଛନ୍ତି । ଯେଉଁଥିରେ ପୋଲିସ ଇନଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କରାଯାଇଥିବା ଉଲ୍ଲେଖ ରହିଛି । ମୃତକ ଦୁଇ ଜଣ ହେଲେ ତାତି ହଡମା ଓ ମାଡକାମି ଅର୍ଜୁନ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

   Related Posts