Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଭାରସାମ୍ୟ ହରାଇ ଗଛରେ ପିଟିହେଲା ଆମ୍ବୁଲାନ୍ସ, ରୋଗୀଙ୍କ ସମେତ ୨ ମୃତ

2/06/2021 at 9:28 AM

ପାଟଣାଗଡ଼ ୦୨।୦୬: ଭାରସାମ୍ୟ ହରାଇ ଗଛରେ ପିଟିହେଲା ଆମ୍ବୁଲାନ୍ସ । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଯାଇଛି । ମୃତକଙ୍କ ମଧ୍ୟରେ ଜଣେ ରୋଗୀ ହୋଇଥିବା ବେଳେ ଆଉ ଜଣେ ତାଙ୍କ ସଂପର୍କୀୟ ରହିଛନ୍ତି । ପାଟଣାଗଡ଼ ଝୁଲେନବର ଗାଁ ନିକଟରେ ଦୁର୍ଘଟଣା ଘଟିଛି ।

ଖବର ଅନୁଯାୟୀ, ପଦ୍ମପୁରରୁ ରୋଗୀ ନେଇ ଏକ ଆମ୍ବୁଲାନ୍ସ ପାଟଣାଗଡ଼ ଅଭିମୁଖେ ଆସୁଥିଲେ । କିନ୍ତୁ ଝୁଲେନବର ଗାଁ ନିକଟରେ ଆମ୍ବୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଯାଇଥିଲା । ଗାଡିରେ ଥିବା ଜଣେ ରୋଗୀ ଓ  ତାଙ୍କର ଜଣେ ସମ୍ପର୍କୀୟଙ୍କ ମୃତ୍ୟୁ ହୋଇଯାଇଛି । ଦୁର୍ଘଟଣା ପରେ ଆମ୍ବୁଲାନ୍ସ ଛାଡି ଡ୍ରାଇଭର ଫେରାର୍‌ ହୋଇଯାଇଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଦମକଳ ବାହିନୀ ଓ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।

   Related Posts