Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଦୁଇ ବାଇକ୍ ମଧ୍ୟରେ ମୁହାଁମୁହାଁ ଧକ୍କା, ୨ମୃତ

31/08/2020 at 1:22 PM

ସୋନପୁର ୩୧।୦୮: ସୋନପୁର ଜିଲ୍ଲା କବଟା ତଳେଇ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହାଁ ଧକ୍କା ହୋଇଛି । ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ହୋଇଯାଇଛି ।

ସୂଚନାଯୋଗ୍ୟ ଯେ, ତଳରେଇ ଛକ ନିକଟରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ କି ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ମେଡିକାଲରେ ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ଡାକ୍ତର ।

ତେବେ ମୃତକଙ୍କ ମଧ୍ୟରୁ ଜଣେ ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ତାଲମେଣ୍ଡା ଗାଁର ଦୟାସାଗର ସାହୁ ହୋଇଥିବା ବେଳେ ଅନ୍ୟ ଜଣଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ ।  ଘଟଣାସ୍ଥଳରେ ସୋନପୁର ଥାନା ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରହିଛି । ସେପଟେ ମୃତଦେହକୁ ଶବ ବ୍ୟବେଚ୍ଛଦ ପାଇଁ ମେଡିକାଲକୁ ପଠାଯାଇଛି ।   

   Related Posts