Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ, ୧୭୩ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା

5/05/2020 at 3:30 PM

ଭୁବନେଶ୍ବର ୦୫।୦୫: ରାଜ୍ୟରେ ଦିନକୁ ଦିନ ବଢିବାର ଲାଗିଛି କରୋନା ସଂକ୍ରମଣ । ରାଜ୍ୟରେ ଆଜି ଆଉ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍‌ ମାଧ୍ୟମରେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଅପରାହ୍ନରେ ୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ କଟକର ତିଗିରିଆ ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ୨ଜଣ ବାଲେଶ୍ୱର ଜିଲ୍ଲାର ବୋଲି ଜଣାପଡିଛି ।

ତେବେ କଟକରୁ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ସୁରଟ ଲିଙ୍କ୍‌ ରହିଛି । କିଛି ଦିନ ତଳେ ସୁରଟରୁ ଫେରିଥିଲେ । ସେହିପରି ବାଲେଶ୍ୱରରୁ ଚିହ୍ନଟ ହୋଇଥିବା ୨ଜଣ ସଂକ୍ରମିତଙ୍କ ପଶ୍ଚିମବଙ୍ଗ ଲିଙ୍କ ରହିଛି । କିଛି ଦିନ ତଳେ ୨ଜଣ ସଂକ୍ରମିତ ବାଲେଶ୍ୱରରୁ ଫେରିଥିଲେ । ସମସ୍ତଙ୍କ ସ୍ୱାବ ପରୀକ୍ଷଣରେ କରୋନା ପଜିଟିଭ୍‌ ଆସିଛି । ଚିହ୍ନଟ ହୋଇଥିବା ୩କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ସେହିପରି ଆଜି ସକାଳ ସମୟରେ ରାଜ୍ୟର ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ଏବଂ ତାଙ୍କ ଘର ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଥିଲା । ତେବେ ସକାଳ ସମୟରେ ଚିହ୍ନଟ ହୋଇଥିବା ସଂକ୍ରମିତଜଣଙ୍କ ସୁରଟ ଲିଙ୍କ ରହିଛି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୨ଟି ଆକ୍ଟିଭ୍‌ କେସ୍‌ ରହିଛନ୍ତି । ସେହିପରି ଜଣେ ବ୍ୟକ୍ତିଙ୍କ କରୋନା ଜନିତ ମୃତ୍ୟୁ ହୋଇଥିବା ବେଳେ ୬୦ଜଣ ସୁସ୍ଥ ହୋଇସାରିଛନ୍ତି ।

   Related Posts