Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୀଷଣ ଅବପାତର ରୂପ ନେବ ଲଘୁଚାପ ! ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା
  • ||
  • ଟ୍ରେଲର ପଛରେ ପିଟିହେଲା ସିମେଣ୍ଟ ବୋଝେଇ ଟ୍ରକ୍, ଡ୍ରାଇଭର ମୃତ
  • ||

କରୋନା ଆକ୍ରାନ୍ତ ଚିହ୍ନଟ ପରେ ପଦକ୍ଷେପ, ୨ଟି ପଞ୍ଚାୟତକୁ ୭ଦିନ ପାଇଁ ସଟ୍‌ଡାଉନ୍‌

21/07/2020 at 7:49 AM

କରଞ୍ଜିଆ ୨୧।୦୭ : ସାରାରାଜ୍ୟରେ ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମଣ ସଂଖ୍ୟା । ପ୍ରତି ଦିନ ଶତାଧିକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଯାହାକୁ ନେଇ ରାଜ୍ୟ ସରକାର ଓ ସ୍ଥାନୀୟ ପ୍ରଶାସନଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ତେବେ ଏହିପ୍ରରିପେକ୍ଷୀରେ ମୟୁରଭଞ୍ଜ ଜିଲ୍ଲାର ଜଶୀପୁର ବ୍ଲକର ୨ଟି ପଞ୍ଚାୟତକୁ ୭ଦିନ ପାଇଁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି ।

ସୂଚନାଯୋଗ୍ୟ ଯେ, ଜଶୀପୁର ମେଡିକାଲରୁ ଜଣେ ଡାକ୍ତର ଓ ଜଣେ କର୍ମଚାରୀ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ପଦକ୍ଷେପ ନେଇ ସ୍ଥାନୀୟ ପ୍ରଶାସନ । ଜଶୀପୁର ବ୍ଲକର ୨ଟି ପଞ୍ଚାୟତକୁ ୭ଦିନ ପାଇଁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି । ଜଶୀପୁର ଓ ଜାମଦାସାହି ଗ୍ରାମପଞ୍ଚାୟତକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି । ଆଜି ସକାଳ ୬ଟାରୁ ୨୭ ତାରିଖ ସକାଳ ୬ଟା ପର୍ଯ୍ୟନ୍ତ  ସଟ୍‌ଡାଉନ୍‌ କଟକଣା ଜାରି ରହିବ । ସଟ୍‌ଡାଉନ୍‌ କଟକଣାରେ ସମସ୍ତ ନିୟମ ମାନିବାକୁ ସାଧାରଣଲୋକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଯଦି କେହି ନିୟମ ନମାନନ୍ତି , ତେବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହି ସମୟରେ ଅତ୍ୟାବଶକୀୟ ସେବା ଜାରି ରହିବ ବୋଲି ଜଣାପଡିଛି ।

   Related Posts