Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗୁରୁବାର ସୁସ୍ଥହେଲେ ରେକର୍ଡ ୮୪୭୧ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୨୪୯ ଡିସଚାର୍ଜ
  • ||
  • ଚାଲିଗଲେ ଆଉ ଜଣେ କଳାକାର, ଅଭିନେତା ପ୍ରିୟ ସୁନ୍ଦର ମିଶ୍ରଙ୍କ ପରଲୋକ
  • ||
  • କୁକୁଡାକୁ ଖାଇଗଲେ ବୁଲା କୁକୁର, ରାଗି ଯାଇ ଗୁଳି କରିଦେଲା ମାଲିକ : ଥାନାରେ ମାମଲା
  • ||
  • ଗୋଆରେ ଏନସିପି-ଶିବସେନାର ହାତ ଛାଡିଦେଲା କଂଗ୍ରେସ, କହିଲା-‘ଆମର ଏକାକି ଜିତିବା କ୍ଷମତା ଅଛି’
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୧୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୧ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୩୬୮ କୋଭିଡ୍ ପଜିଟିଭ୍, ୧୧୭୭୪୬୨ରେ ପହଞ୍ଚିଲା ସଂଖ୍ୟା
  • ||
  • କ୍ୟାପ୍ଟେନ୍ ନୁହେଁ କିନ୍ତୁ ଜୋଶ୍ ଏବେବି ଅଛି : ଦକ୍ଷିଣ ଆଫ୍ରିକା ଅଧିନାୟକଙ୍କ ସହ ମୁହାଁମୁହିଁ ହେଲେ କୋହଲି
  • ||
  • ପ୍ରଚାର ବେଳେ ବିଜେପି ପ୍ରାର୍ଥୀ ହଟହଟା, ତଡିଦେଲେ ଗାଁ ଲୋକେ
  • ||
  • ଚୌଦ୍ୱାର ସୁନା ବ୍ୟବସାୟୀଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣା : ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିସିପି
  • ||

କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ

1/12/2021 at 3:07 PM

ଖଣ୍ଡପଡା ୧।୧୨: କଲେଜ ଯାଉଥିବା ବେଳେ ଦୁଇ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ । ଏକ ଅଜଣା କାରରେ ଛାତ୍ରୀମାନଙ୍କୁ ଉଠାଇ ନେଇଥିବା ଜଣାପଡିଛି । ଏହାର ପ୍ରତିବାଦରେ କଲେଜ ଛାତ୍ରଛାତ୍ରୀ ରାସ୍ତାରୋକ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ନୟାଗଡ଼ ଜିଲ୍ଲା ଗଣିଆ ଥାନା ଅନ୍ତର୍ଗତ ଗଣିଆ ରଘୁନାଥ ମହାବିଦ୍ୟାଳୟ ଫାଟକ ସମ୍ମୁଖରେ ଦୁଇ କଲେଜ ଛାତ୍ରୀ ସାଇକେଲ ଯୋଗେ କଲେଜ ଯାଉଥିବା ବେଳେ କିଛି ଅଜଣା ଦୁର୍ବୃତ୍ତ ନମ୍ବର ବିହୀନ କାରରେ ଆସି ଉଠାଇନେଇଥିଲେ । ଅପହୃତ ଦୁଇ କଲେଜ ଛାତ୍ରୀ ହେଲେ ଗଣିଆ କଲେଜର ଯୁକ୍ତ ୩ ଛାତ୍ରୀ ଗାୟତ୍ରୀ ବେହେରା ଓ ସୁଜାତା ମୁଦୁଲି ।

ଅନ୍ୟପଟେ ଗଣିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଜାରି ରଖିଥିବା ବେଳେ ପ୍ରତିବାଦ କରିଛନ୍ତି ଛାତ୍ରଛାତ୍ରୀ । ଦୁର୍ବୃତ୍ତଙ୍କୁ ଶୀଘ୍ର ଗିରଫ ସହ ଛାତ୍ରୀଙ୍କୁ ଉଦ୍ଧାର ଦାବିରେ ଗଣିଆ ମୁଖ୍ୟ ରାସ୍ତା ଅବରୋଧ  କରି ଧାରଣାରେ ବସିଛନ୍ତି ଶତାଧିକ ଛାତ୍ରଛାତ୍ରୀ ।

   Related Posts