Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଅବନ୍ତିପୁରାରେ ଆତଙ୍କବାଦୀ-ସୁରକ୍ଷାକର୍ମୀ ଗୁଳି ବିନିମୟ: ୨ଆତଙ୍କବାଦୀ ନିହତ, ୨ ଯବାନ ଆହତ

21/01/2020 at 1:34 PM

ଶ୍ରୀନଗର ୨୧।୦୧: ଜାମ୍ମୁ-କାଶ୍ମୀରର ଅବନ୍ତିପୁରାରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଆତଙ୍କବାଦୀଙ୍କ ଗୁଳିରେ ଭାରତୀୟ ସେନାର ଦୁଇ ଜଣ ଯବାନ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି । ଆହତ ଯବାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ସେନାଙ୍କ ଗୁଳିରେ ନିହତ ହୋଇଥିବା ଆତଙ୍କବାଦୀ କେଉଁ ସଂଗଠନ ସହ ଜଡିତ ତାହା ସ୍ପଷ୍ଟ ଜଣାପଡିନାହିଁ।

ସୂଚନାଯୋଗ୍ୟ ଯେ, ମଙ୍ଗଳବାର  ଦିନ ଅବନ୍ତିପୁରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବାର ଖବର ସେନାବାହିନୀଙ୍କୁ ସୂଚନା ମିଳିଥିଲା । ସେନା ବାହିନୀ ଓ ସ୍ଥାନୀୟ ପୋଲିସ ପକ୍ଷରୁ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ସମୟରେ ଆତଙ୍କବାଦୀମାନେ ଗୁଳିମାଡ କରିଥିଲେ । ପାଲଟା ଜବାବ ଦେଇ ସୁରକ୍ଷାକର୍ମୀ ମଧ୍ୟ ଆକ୍ରମଣ କରିଥିଲେ ।  ତେବେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ସେହିପରା ସୋମବାର ଦିନ ପୁଲଓ୍ବାମାର ବାଚି ଗାଁରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ଜଣ ହିଜବୁଲ୍ ମୁଜାହିଦ୍ଦୀନର ଆତଙ୍କବାଦୀ ନିହତ ହୋଇଥିଲା ।

   Related Posts